Posted inଜାତୀୟ

ପ୍ରଥମ ଥର ଭାରତ ଗ୍ରସ୍ତରେ ଜାପାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮।୩: ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଡା ୨ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଭାରତ-ଜାପାନର ୧୪ତମ ବାର୍ଷିକ ଶିଖର ସମ୍ମିଳନୀରେ ସେ ଅଂଶଗ୍ରହଣ କରିବେ। କିଶିଡା ଭାରତର ପ୍ରଧାନମନ୍ତ୍ରୀ ମୋଦିଙ୍କ ନିମନ୍ତ୍ରଣକ୍ରମେ ଏହି ସମ୍ମିଳନୀରେ ଭାଗ ନେବାକୁ ଆସୁଛନ୍ତି ବୋଲି ଭାରତୀୟ ବର୍ହିବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି। ମାର୍ଚ୍ଚ ୧୯ ଅର୍ଥାତ୍‌ ଶନିବାର ଏହି ସମ୍ମିଳନୀ ଅନୁଷ୍ଠିତ ହୋଇଥିବା ବେଳେ ସେହି ଦିନ ହିଁ କିଶିଡା ଭାରତରେ ପହଞ୍ଚିବେ। ସୂଚନାଯୋଗ୍ୟ, ଅକ୍ଟୋବର ୨୦୨୧ରେ କିଶିଡା ଜାପାନର ପ୍ରଧାନମନ୍ତ୍ରୀ ନିର୍ବାଚିତ ହୋଇଥିଲେ। ପ୍ରଧାନମନ୍ତ୍ରୀ ହେବା ପରେ ମୋଦିଙ୍କ ସହ ତାଙ୍କର ଏହା ପ୍ରଥମ ସାକ୍ଷାତକାର। ତେବେ ୨୦୧୮ରେ ଟୋକିଓରେ ଶେଷ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏହାପରେ ବିଭିନ୍ନ କାରଣରୁ ଏହା ବାତିଲ ହୋଇଥିଲା। ଅନ୍ୟପଟେ ମୋଦି ଓ କିଶିଡାଙ୍କ ଏହି ସୌଜନ୍ୟମୂଳକ ସାକ୍ଷାତକାରରେ ୨ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ନେଇ ଆଲୋଚନା ହେବ। ଏହି ସମ୍ମିଳନୀରେ ଉଭୟ ନେତା ଭାରତ-ପ୍ରଶାନ୍ତ ମହାସାଗରରେ ସେମାନଙ୍କର ସହଭାଗିତାକୁ ଆହୁରି ମଜବୁତ କରିବା ଉପରେ ଆଲୋଚନା କରିବେ। ଏତଦ୍‌ ବ୍ୟତୀତ ଉଭୟ ଦେଶ ଆମେରିକା ଏବଂ ଅଷ୍ଟ୍ରେଲିଆ ସହିତ କ୍ୱାଡ ଗୋଷ୍ଠୀର ସଦସ୍ୟ ମଧ୍ୟ ରହିଛନ୍ତି। ଭାରତ-ପ୍ରଶାନ୍ତ କ୍ଷେତ୍ରରେ ବୃଦ୍ଧି ପାଉଥିବା ଚାଇନାର ହସ୍ତକ୍ଷେପକୁ ଅଟକାଇବା ପାଇଁ ୨ଦେଶ ମିଳିତ ଭାବେ ଚେଷ୍ଟା କରିବେ ବୋଲି ସୂଚନା ରହିଛି। ତେବେ ଏହି ସମୟରେ ୟୁକ୍ରେନ ଯୁଦ୍ଧ ଯୋଗୁ ଉଭୟ ଦେଶ ରୁଷିଆ ବିରୋଧରେ ଭିନ୍ନ ଭିନ୍ନ ଆଭିମୁଖ୍ୟ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri