ଅନ୍ଧାରରେ ଜାରକା ଅସ୍ଥାୟୀ ବସ୍‌ଷ୍ଟାଣ୍ଡ

ଧର୍ମଶାଳା,୨୬।୪ (ଡି.ଏନ.ଏ.): ୧୬ନଂ. ଜାତୀୟ ରାଜପଥର ଜାରକା ନୂତନ ଅସ୍ଥାୟୀ ବସ୍‌ଷ୍ଟାଣ୍ଡ ପରିସର ଅନ୍ଧାରରେ ରହିଛି। ଜାରକାଠାରେ ଜାତୀୟ ରାଜପଥ ପ୍ରଶସ୍ତୀକରଣ କାର୍ଯ୍ୟ ଶେଷ ହେବା ପରେ ରାଜପଥର ଉଭୟ ପାର୍ଶ୍ୱରେ ହାଇ ମାଷ୍ଟ ଲାଇଟର ବ୍ୟବସ୍ଥା କରାଯାଇଥିଲା। ହେଲେ ଗତ ଏକ ମାସ ହେବ ଆଉ ଲାଇଟଗଡ଼ିକ ଜଳୁନାହିଁ। ଫଳରେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ଏହି ସ୍ଥାନଟି ଏକ ନିଛାଟିଆ ଅଞ୍ଚଳ। ଅନ୍ଧାରର ସୁଯୋଗ ନେଇ କେତେଜଣ ଦୁର୍ବୃତ୍ତ ବସ୍‌କୁ ଅପେକ୍ଷା କରି ରହିଥିବା ଯାତ୍ରୀଙ୍କୁ କମେଣ୍ଟ୍‌ ମାରୁଥିବା ଅଭିଯୋଗ ହୋଇଛି। ଏତଦ୍‌ବ୍ୟତୀତ ଏଠାରେ ବସରୁ ଓହ୍ଲାଉଥିବା ଯାତ୍ରୀମାନେ ମଧ୍ୟ ନିରାପଦ ମଣୁନାହାନ୍ତି। ନିକଟରେ ସତସଙ୍ଗ କେନ୍ଦ୍ର ରହୁଥିବାରୁ ଭକ୍ତମାନେ ସନ୍ଧ୍ୟା ସମୟରେ ଯାତାୟାତ କରିବାକୁ ଭୟ କରୁଛନ୍ତି। ଏ ସମ୍ପର୍କରେ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳୁନାହିଁ। ତେଣୁ ଜିଲା ପ୍ରଶାସନ ଯଥାଶୀଘ୍ର ଏହି ସମସ୍ୟାର ସମାଧାନ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri