Posted inଖେଳ

୨୦ ବଲ୍‌ରେ ୧୧୨ ରନ୍‌ର ବିସ୍ଫୋରକ ଇଂନିସ ଖେଳିଲେ ଏହି କ୍ରିକେଟର୍‌

ମସ୍କଟ,୧୦।୯: ଭାରତୀୟ ମୂଳ ଜସକରଣ ମାଲହୋତ୍ରା ଏକ ଦିନିକିଆ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ୬ଟି ବଲ୍‌ରେ ୬ଟି ଛକା ମାରି ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ସେ ହର୍ସେଲ ଗିବ୍ସଙ୍କ ପରେ ଦିନିକିଆରେ ଗୋଟିଏ ଓଭରରେ ୬ଟି ଛକା ମାରି ବିଶ୍ୱର ଦ୍ୱିତୀୟ ଖେଳାଳି ହୋଇଛନ୍ତି। ଆମେରିକାରୁ ଖେଳୁଥିବା ଜସକରଣ ପାପୁଆ ନ୍ୟୁ ଗିନି ବିପକ୍ଷରେ ୫୦ତମ ଓଭରରେ ଏହି ସଫଳତା ହାସଲ କରିଥିଲେ। ସେ ୧୭୩ ର ଇନିଂସରେ ୧୬ ଛକା ଓ ୪ ଚୌକା ମାରିଥିଲେ। ଅର୍ଥାତ୍‌ ସେ ୨୦ ବଲରେ ୧୧୨ ରନ ସଂଗ୍ରହ କରିଥିଲେ।
ମୂଳତଃ ପଞ୍ଜାବରୁ ଆସିଥିବା ୩୧ ବର୍ଷୀୟ ଜସକରଣଙ୍କ ଏହା ହେଉଛି ସପ୍ତମ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌। ଏହି ମ୍ୟାଚ ପୂର୍ବରୁ ତାଙ୍କର ସର୍ବାଧିକ ସ୍କୋର ୧୮ ରନ ଥିଲା। ସେ ଦ୍ରୁତ ବୋଲର ଗାଉଡିଡି ଟୋକାଙ୍କ ଓଭରରେ ଏହି ପ୍ରଦର୍ଶନ କରିଥିଲେ। ସେ ୫ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିଲେ। ସେ ୧୨୪ ବଲର ସମ୍ମୁଖୀନ ହୋଇଥିଲେ। ଏହି ମ୍ୟାଚ୍‌ରେ ପ୍ରଥମ ଖେଳି ଆମେରିକା ୯ ଉଇକେଟ ହରାଇ ୨୭୧ ରନ ସଂଗ୍ରହ କରିଥିଲା।
ଜସକରନ ମାଲହୋତ୍ରା ପୂର୍ବରୁ ଦକ୍ଷିଣ ଆଫ୍ରିକାର ହର୍ସେଲ ଗିବ୍ସ ଦିନିକିଆ କ୍ରିକେଟରେ ୬ ବଲ୍‌ରୁ ୬ ଛକା ମାରିଥିଲେ। ୨୦୦୭ରେ ନେଦରଲ୍ୟାଣ୍ଡ ବିପକ୍ଷ ଦିନିକିଆ ବିଶ୍ୱକପ ସମୟରେ ସେ ଏହା କରିଥିଲେ। ଏଥି ସହିତ, ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ ୨୦୦୭ ଟି -୨୦ ବିଶ୍ୱକପରେ ୬ ବଲ୍‌ରୁ ୬ ଛକା ମାରିଥିଲେ। ସେ ଇଂଲଣ୍ଡର ଦ୍ରୁତ ବୋଲର ଷ୍ଟୁଆର୍ଟ ବ୍ରଡଙ୍କ ଓଭରରେ ୬ଟି ଛକା ମାରିଥିଲେ। ଚଳିତ ବର୍ଷ ମାର୍ଚ୍ଚରେ ୱେଷ୍ଟଇଣ୍ଡିଜ କିରନ ପୋଲାର୍ଡ ଶ୍ରୀଲଙ୍କା ବିପକ୍ଷ ଟି -୨୦ ଇଣ୍ଟରନ୍ୟାସନାଲରେ ଗୋଟିଏ ଓଭରରେ ୬ଟି ଛକା ମାରିଥିଲେ।
ଏହି ମ୍ୟାଚ ପୂର୍ବରୁ ଜସକରନ ସିଂ ୬ଟି ଦିନକିଆ ଏବଂ ୬ ଟି -୨୦ ଅନ୍ତର୍ଜାତୀୟ ଖେଳିଥିଲେ। କିନ୍ତୁ ସେ ଉଭୟ ଫର୍ମାଟରେ ଗୋଟିଏ ଅର୍ଦ୍ଧଶତକ ହାସଲ କରିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri