Posted inଖେଳ

ଏହି ବିସ୍ଫୋରକ ଓପନରଙ୍କୁ ଇସିବି କଲା ବ୍ୟାନ୍‌; ଦେବାକୁ ହେବ…

ନୂଆଦିଲ୍ଲୀ,୨୩।୩: ଇଂଲଣ୍ଡର ପ୍ରସିଦ୍ଧ କ୍ରିକେଟର ତଥା ବିସ୍ଫୋରକ ଓପନର ଜେସନ ରୟଙ୍କୁ ବ୍ୟାନ କରିଛି ଇଂଲଣ୍ଡ ଆଣ୍ଡ ଓ୍ବାଲ୍ସ କ୍ରିକେଟ ବୋର୍ଡ(ଇସିବି)। ଦୁଇଟି ମ୍ୟାଚ୍‌ରୁ ବ୍ୟାନ୍‌ ସହ ତାଙ୍କ ଉପରେ ୨୫୦୦ ୟୁରୋ ଜରିମାନା ମଧ୍ୟ ଲଗାଇଛି। ଖରାପ ବ୍ୟବହାର ପାଇଁ ରୟଙ୍କ ବିରୋଧରେ ଏପରିି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଇସିବି କହିଛି।

ଇସିବି ବିଜ୍ଞପ୍ତି ଜାରି କରି କହିଛି, ଜେସନ ଇସିବିଙ୍କ ନିର୍ଦ୍ଦେଶର ୩.୩ ଉଲ୍ଲଂଘନ କରିଛନ୍ତି। ସେ ନିଜ ଉପରେ ଲାଗିଥିବା ଅଭିଯୋଗ ସ୍ବୀକାର କରିଛନ୍ତି। ଜେସନଙ୍କୁ ଇଂଲଣ୍ଡର ଆଗାମୀ ଦୁଇଟି ମ୍ୟାଚ୍‌ରୁ ନିଲମ୍ବନ କରାଯାଇଛି। ଯଦି ତାଙ୍କ ବ୍ୟବହାରରେ ସୁଧାର ନ ଆସେ ତେବେ ଏହି ନିଲମ୍ବନ ଅବଧି ୧୨ ମାସର ମଧ୍ୟ ହୋଇପାରେ। ତାଙ୍କ ଉପରେ ଲାଗିଥିବା ୨୫୦୦ ୟୁରୋ ଜରିମାନା ରାଶି ୨୦୨୨ ମାର୍ଚ୍ଚ ୩୧ ସୁଦ୍ଧା ଭରିବାକୁ ପଡିବ ବୋଲି ଇସିବି କହିଛି।

ଆଇପିଏଲ୍‌ ୨୦୨୨ରେ ଗୁଜରାଟ ଟାଇଟନ୍ସ ଜାସନଙ୍କୁ କିଣିଥିଲା। ସେ ଏହି ଦଳ ପାଇଁ ଆଇପିଏଲ୍‌ରେ ଖେଳିବାର ଥିଲା। ଗୁଜରାଟ ତାଙ୍କୁ ୨ କୋଟି ଟଙ୍କାରେ ନିଜ ଦଳରେ ସାମିଲ କରିଥିଲା। ହେଲେ ବାୟୋ ବବଲର କାରଣ ଦର୍ଶାଇ ରୟ ଆଇପିଏଲର ୧୫ତମ ସଂସ୍କରଣରୁ ଓହରି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri