Posted inଖେଳ

କ୍ୟାରିୟର୍‌ର ସର୍ବଶ୍ରେଷ୍ଠ ର଼୍ୟାଙ୍କିଂ ହାସଲ କଲେ ଜସପ୍ରୀତ ବୁମ୍‌ରା

ନୂଆଦିଲ୍ଲୀ,୮।୧: ଆଇସିସି ର଼୍ୟାଙ୍କିଂରେ ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଏବଂ ଜସପ୍ରୀତ ବୁମ୍‌ରା ଉପକୃତ ହୋଇଛନ୍ତି। ବୁମ୍‌ରା ଜୀବନର ଶ୍ରେଷ୍ଠ ର଼୍ୟାଙ୍କିଂ ହାସଲ କରିଛନ୍ତି। ବୁମ୍‌ରା ଟେଷ୍ଟରେ ନମ୍ବର-୧ ବୋଲର। ଏଥିସହ ସେ ବର୍ତ୍ତମାନ ଏହି ଫର୍ମାଟରେ ନିଜ କ୍ୟାରିୟରର ସର୍ବଶ୍ରେଷ୍ଠ ରେଟିଂ ହାସଲ କରିଛନ୍ତି। ବର୍ଡର-ଗାଭାସ୍କର ଟ୍ରଫିରେ ବୁମରାଙ୍କ କ୍ରମାଗତ ଚମତ୍କାର ବୋଲିଂ ତାଙ୍କୁ ୯୦୮ ରେଟିଂ ସହ ଟେଷ୍ଟ ମାନ୍ୟତାର ଶୀର୍ଷରେ ରଖିଛି। ୯୦୦ରୁ ଅଧିକ ଆଇସିସି ରେଟିଂ ସହ ସେ ବର୍ତ୍ତମାନ ଟେଷ୍ଟରେ ଏକମାତ୍ର ବୋଲର ଅଟନ୍ତି। ଜସପ୍ରୀତ ବୁମରାଙ୍କ ଶକ୍ତିଶାଳୀ ବୋଲିଂ ବର୍ଡର ଗାଭାସ୍କର ଟ୍ରଫିରେ ଦେଖିବାକୁ ମିଳିଥିଲା। ସେ ସିରିଜ୍‌ରେ ସର୍ବାଧିକ ୩୨ ଉଇକେଟ୍‌ ନେଇଥିଲେ। ତେବେ ଏହି ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ ଟିମ ଇଣ୍ଡିଆକୁ ୩-୧ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା।

ପୁଣି ଥରେ ପନ୍ତ ଶ୍ରେଷ୍ଠ-୧୦ ବ୍ୟାଟ୍ସମ୍ୟାନ ନିକଟକୁ ଆସିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ସିଡନୀ ଟେଷ୍ଟର ଦ୍ୱିତୀୟ ଇନିଂସରେ ରିଷଭ ପନ୍ତ ଚମତ୍କାର ବ୍ୟାଟିଂ କରିଥିଲେ। ଅଷ୍ଟ୍ରେଲିଆ ବିପକ୍ଷରେ କ୍ରମାଗତ ଖରାପ ପ୍ରଦର୍ଶନ ପରେ ରିଷଭ ପନ୍ତ ଟପ-୧୦ ବାଦ୍‌ ପଡିଥିଲେ ମଧ୍ୟ ସିଡନୀ ଟେଷ୍ଟ ପରେ ସେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ତେବେ ଆଇସିସି ର଼୍ୟାଙ୍କିଙ୍ଗରେ ଟପ-୫ରେ କୌଣସି ପରିବର୍ତ୍ତନ ହୋଇନାହିଁ। ଇଂଲଣ୍ଡର ଜୋ ରୁଟ୍‌ ଶୀର୍ଷରେ ରହିଛନ୍ତି। ଇଂଲଣ୍ଡର ହ୍ୟାରି ବ୍ରୁକ ୮୭୬ ରେଟିଂ ପଏଣ୍ଟ ସହିତ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ନ୍ୟୁଜିଲାଣ୍ଡର କେନ ୱିଲିୟମ୍ସନ ୮୬୭ ରେଟିଂ ସହିତ ୩ ନମ୍ବରରେ ଅଛନ୍ତି। ଭାରତର ଯଶସ୍ବୀ ଜୟସ୍ବାଲ ୮୪୭ ରେଟିଂ ସହ ୪ ନମ୍ବରରେ ରହିଛନ୍ତି। ଭାରତ ବିପକ୍ଷରେ ବର୍ଡର-ଗାଭାସ୍କର ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରିଥିବା କରିଥିବା ଟ୍ରାଭିସ ହେଡ ୭୭୨ ରେଟିଂ ପଏଣ୍ଟ ସହ ପଞ୍ଚମ ସ୍ଥାନରେ ଅଛନ୍ତି। ଏହିପରି, ଟପ-୫ ବ୍ୟାଟ୍ସମ୍ୟାନ ର଼୍ୟାଙ୍କିଂରେ କୌଣସି ପରିବର୍ତ୍ତନ ଦେଖାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?