Posted inଖେଳ

ବିଶ୍ୱର ନମ୍ବର-୧ ବୋଲର୍‌ ହେଲେ ଜଶପ୍ରୀତ ବୁମ୍‌ରା

ନୂଆଦିଲ୍ଲୀ,୨୭।୧୧: ଅଷ୍ଟ୍ରେଲିଆ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ହଇଚଇ ସୃଷ୍ଟି କରିଥିବା ଭାରତର ତାରକା ଦ୍ରୁତ ବୋଲର ଜସପ୍ରିତ ବୁମ୍‌ରା ଟେଷ୍ଟ କ୍ରିକେଟରେ ବିଶ୍ୱର ୧ ନମ୍ବର ବୋଲର ହୋଇଛନ୍ତି। ପର୍ଥରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ ପରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଟେଷ୍ଟ କ୍ରିକେଟରେ ବୋଲରଙ୍କ ରାଙ୍କିଙ୍ଗ୍‌ ପ୍ରକାଶ କରିଛି। ଏଥିରେ ବୁମରା ପ୍ରଥମ ସ୍ଥାନ ହାସଲ କରିଛନ୍ତି।

ପର୍ଥରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ବୁମ୍‌ରା ୮ଟି ଉଇକେଟ ନେଇଥିଲେ। ବୁମରା ପ୍ରଥମ ଇନିଂସରେ ୫ ଉଇକେଟ ଏବଂ ଦ୍ୱିତୀୟ ଇନିଂସରେ ୩ ଉଇକେଟ ନେଇଥିଲେ। ତାଙ୍କର ଦୃଢ ପ୍ରଦର୍ଶନ ଯୋଗୁ ଆଇସିସି ଟେଷ୍ଟ ବୋଲର ରାଙ୍କିଙ୍ଗ୍‌ରେ ଦୁଇ ମହାନ ବୋଲରଙ୍କୁ ପଛରେ ପକାଇଥିଲେ। ବୁମରା ବର୍ତ୍ତମାନ ଟେଷ୍ଟର ନମ୍ବର-୧ ବୋଲର ହୋଇଛନ୍ତି।

ଏହାପୂର୍ବରୁ ଦକ୍ଷିଣ ଆଫ୍ରିକାର ମାରାତ୍ମକ ଦ୍ରୁତ ବୋଲର କାଗିସୋ ରାବାଡା ଆଇସିସି ଟେଷ୍ଟ ମାନ୍ୟତାରେ ପ୍ରଥମ ସ୍ଥାନରେ ରହିଥିଲେ। ଦ୍ୱିତୀୟ ସ୍ଥାନରେ ଅଷ୍ଟ୍ରେଲିଆର ଜୋଶ ହାଜଲେଉଡ ରହିଥିଲେ। ଭାରତର ବୁମ୍‌ରା ତୃତୀୟ ସ୍ଥାନରେ ଥିଲେ। ଏବେ ବୁମରା ଏହି ଦୁଇ ଦ୍ରୁତ ବୋଲରଙ୍କୁ ଅତିକ୍ରମ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି।

ଆଇସିସି ର଼୍ୟାଙ୍କିଙ୍ଗରେ ଜସପ୍ରୀତ ବୁମ୍‌ରାଙ୍କର ୮୮୩ ରେଟିଂ ପଏଣ୍ଟ ରହିଛି। କାଗିସୋ ରାବାଡାଙ୍କର ୮୭୨ ରେଟିଂ ପଏଣ୍ଟ ଅଛି। ରାବଡା ବର୍ତ୍ତମାନ ଦ୍ୱିତୀୟ ସ୍ଥାନକୁ ଖସି ଆସିଛି। ଏହା ବ୍ୟତୀତ ଜୋସ ହାଜଲେଉଡ ୮୬୦ ରେଟିଂ ପଏଣ୍ଟ ସହିତ ତୃତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ନୂଆବର୍ଷରେ ଦେଶକୁ ବଡ଼ ଉପହାର, ଏହି ରୁଟରେ ଦୌଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ, ଜାଣନ୍ତୁ କେତେ ରହିବ ଭଡା

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ରେଳ ମନ୍ତ୍ରଣାଳୟ ପ୍ରଥମ...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri