Posted inଖେଳ

ପ୍ରଥମ ଭାରତୀୟ ଦ୍ରୁତ ବୋଲର୍‌ ଭାବେ ଇତିହାସ ରଚିଲେ ଜସପ୍ରିତ ବୁମ୍‌ରା

ନୂଆଦିଲ୍ଲୀ,୨୫।୧୨: ଦ୍ରୁତ ବୋଲର୍‌ ଜସପ୍ରିତ ବୁମ୍‌ରା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି)ର ବୋଲିଂ ର଼୍ୟାଙ୍କିଂରେ ୯୦୪ ଅଙ୍କ ହାସଲ କରି ଇତିହାସ ରଚିଛନ୍ତି। ସେ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ଭାରତୀୟ ରେକର୍ଡର ସମକକ୍ଷ ହୋଇଛନ୍ତି। ବୁମ୍‌ରା ଅଷ୍ଟ୍ରେଲିଆ ବିପକ୍ଷରେ ବ୍ରିସବେନରେ ଖେଳାଯାଇଥିବା ତୃତୀୟ ଟେଷ୍ଟରେ ୯୪ ରନ୍‌ ଦେଇ ୯ ଉଇକେଟ ନେଇଥିଲେ। ଏଥିରେ ତାଙ୍କୁ ୧୪ ରେଟିଂ ପଏଣ୍ଟ ମିଳିଥିଲା। ଫଳରେ ସେ ଅଶ୍ୱିନଙ୍କ ରେକର୍ଡର ସମକକ୍ଷ ହେବା ସହ ବୋଲର୍‌ଙ୍କ ର଼୍ୟାଙ୍କିଂରେ ଶୀର୍ଷରେ ନିଜ ସ୍ଥିତି ସୁଦୃଢ଼ କରିଛନ୍ତି। ସେ ୯୦୦ରୁ ଅଧିକ ରେଟିଂ ପାଇଥିବା ପ୍ରଥମ ଭାରତୀୟ ଦ୍ରୁତ ବୋଲର୍‌ ପାଲଟିଛନ୍ତି।

ବୁମ୍‌ରାଙ୍କ ନିକଟରେ ଏବେ ଅଷ୍ଟ୍ରେଲିଆ ବିପକ୍ଷରେ ଗୁରୁବାରଠାରୁ ଆରମ୍ଭ ହେଉଥିବା ଚତୁର୍ଥଟେଷ୍ଟ ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରି ଅଶ୍ୱିନଙ୍କୁ ପଛରେ ପକାଇ ନୂଆ ଭାରତୀୟ ରେକର୍ଡ କରିବାର ସୁଯୋଗ ରହିଛି। ଅଶ୍ୱିନ ଡିସେମ୍ବର୨୦୧୬ରେ ଏହି ଉପଲବ୍ଧି ହାସଲ କରିଥିଲେ। ଏହି ଅଫ୍‌ ସ୍ପିନର ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଇଛନ୍ତି।

ଭାରତ ବିପକ୍ଷ ଚଳିତ ସିରିଜରେ ଚମତ୍କାର ପ୍ରଦର୍ଶନ କରିଥିବା ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଟ୍ରାଭିସ ହେଡ ବ୍ୟାଟ୍ସମ୍ୟାନ୍‌ଙ୍କ ଟେଷ୍ଟ ର଼୍ୟାଙ୍କିଂରେ ଚତୁର୍ଥ ସ୍ଥାନରେ ପହଞ୍ଚିଛନ୍ତି। ତାଙ୍କର ୮୨୫ ରେଟିଂ ପଏଣ୍ଟ ଅଛି। ସେ ଏବେ ଇଂଲଣ୍ଡର ଜୋ ରୁଟ (୮୯୫) ଏବଂ ହ୍ୟାରି ବ୍ରୁକ (୮୭୬) ଏବଂ ନ୍ୟୁଜିଲ୍ୟାଣ୍ଡର ପୂର୍ବତନ ଅଧିନାୟକ କେନ ୱିଲିୟମସନ (୮୬୭) ଙ୍କ ପଛରେ ଅଛନ୍ତି। ଭାରତର ରବିନ୍ଦ୍ର ଜାଡେଜା ୪୨୪ ରେଟିଂ ପଏଣ୍ଟ ସହ ସର୍ବଦଳୀୟ ତାଲିକାରେ ଶୀର୍ଷରେ ରହିଛନ୍ତି। ଗାବାରେ ଚାଲିଥିବା ତୃତୀୟ ଟେଷ୍ଟରେ ତାଙ୍କର ଚାରି ଉଇକେଟ ଏବଂ ୪୨ ରନ ଯୋଗୁ ପ୍ୟାଟ୍‌ କମିନ୍ସ ଶ୍ରେଷ୍ଠ ୧୦ରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?