Posted inଖେଳ

ବୋଲ୍ଡ କରି ପୁରୁଣା ରାଗର ପ୍ରତିଶୋଧ ନେଲେ ବୁମ୍‌ରା; ପ୍ରଶଂସକ କହିଲେ ଜବରଦସ୍ତ

କେପ୍‌ଟାଉନ୍‌,୧୩।୧: ସ୍ଥାନୀୟ ନ୍ୟୁଲାଣ୍ଡ୍ସ ମଇଦାନରେ ଖେଳାଯାଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଦିନରେ ଭାରତୀୟ ବୋଲରଙ୍କ ଦବ୍‌ଦବା ଦେଖିବାକୁ ମିଳିଥିଲା। ପ୍ରଥମ ଇନିଂସ ୨୨୩ରେ ସମାପ୍ତ ହେବା ପରେ ଭାରତୀୟ ଟିମ୍‌ ବୋଲିଂ କରି ଘରୋଇ ଦଳକୁ ଅଡ଼ୁଆରେ ପକାଇଥିଲା। ଫଳରେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୨୧୦ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଏଣୁ ଭାରତ ୧୩ ରନ୍‌ରେ ଅଗ୍ରଣୀ ହାସଲ କରିବାରେ ସକ୍ଷମ ହୋଇଥିଲା। ବୋଲରଙ୍କ ମଧ୍ୟରେ ଷ୍ଟାର ପେସର ଯଶପ୍ରୀତ ବୁମ୍‌ରା ୫ ଉଇକେଟ ସଫଳତା ପାଇଥିଲେ। ବିଶେଷକରି ବୁମ୍‌ରା ମାର୍କୋ ଜାନସେନଙ୍କୁ ଯେଉଁଭଳି ଭାବେ ଆଉଟ୍‌ କରିଥିଲେ ତାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।

ଦ୍ୱିତୀୟ ଟେଷ୍ଟରେ କେବଳ ଗୋଟିଏ ଉଇକେଟ ନେଇଥିବା ବୁମ୍‌ରା ତୃତୀୟ ଟେଷ୍ଟରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ। ସପ୍ତମ ଥର ପାଇଁ ଟେଷ୍ଟ କ୍ରିକେଟରେ ୫ ଉଇକେଟ ନେବାର ଗୌରବ ସେ ଅର୍ଜନ କରିଥିଲେ। ଏହି ସମୟରେ ବୁମ୍‌ରାଙ୍କ ତୃତୀୟ ଉଇକେଟ ଥିଲେ ମାର୍କୋ। ସେ ବଲ୍‌କୁ ବୁଝି ନ ପାରି ବୋଲ୍ଡ ହୋଇଥିଲେ। ଏହାପରେ ବୁମ୍‌ରା ନିଜର ଖୁସିକୁ ଭିନ୍ନ ଭାବେ ଜାହିର କରିଥିଲେ। ଏହା ତାଙ୍କ ପ୍ରଶଂସକଙ୍କୁ ବେଶ ପସନ୍ଦ ଆସିଛି। ଏହାର ଅନେକ ଭିଡିଓ ସୋସିଆଲ ମିଡିଆରେ ଘୁରି ବୁଲୁଛି।

କହିରଖୁଛୁ, ଏହି ସିରିଜରେ ପୂର୍ବରୁ ବୁମ୍‌ରାଙ୍କ ସହ ମାର୍କୋଙ୍କ କଥା କଟାକଟି ଦେଖିବାକୁ ମିଳିଥିଲା। ଏବେ ଭାରତୀୟ ବୋଲର୍‌ ବୋଧହୁଏ ସେହି ରାଗର ଜବାବ ଦେଇଛନ୍ତି ବୋଲି କୁହାଯାଉଛି।

ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri