Posted inଖେଳ

ଇତିହାସ ରଚିପାରନ୍ତି ବୁମ୍‌ରା

ଲଡ୍ସ,୨୪।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ପାଞ୍ଚ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ହେଡିଙ୍ଗଲେରେ ଖେଳାଯିବ। ଉଭୟ ଦଳ ମଧ୍ୟରେ ଏହି ଟେଷ୍ଟ ଅଗଷ୍ଟ ୨୫ରୁ ଅର୍ଥାତ୍‌ ଆଜିଠୁ ଆରମ୍ଭ ହେବ। ଇଂଲଣ୍ଡ ଦଳ ବିପକ୍ଷ ତୃତୀୟ ମ୍ୟାଚ ଟିମ ଇଣ୍ଡିଆର ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରାଙ୍କ ପାଇଁ ସ୍ବତନ୍ତ୍ର। ସେ ଏହି ମ୍ୟାଚରେ ଭାରତ ଲାଗିଦ୍ରୁତତମ ୧୦୦ ଉଇକେଟ ପାଇଁ ରେକର୍ଡ ସୃଷ୍ଟି କରିବାର ସୁଯୋଗ ରହିଛି। ଯଦି ବୁମରା ଏହା କରିବାରେ ସଫଳ ହୁଅନ୍ତି, ତେବେ ସେ ପୂର୍ବତନ ଅଧିନାୟକ ତଥା କିମ୍ବଦନ୍ତୀ ଅଲରାଉଣ୍ଡର କପିଲ ଦେବଙ୍କୁ ପଛରେ ପକାଇ ଦେବେ।
ବୁମ୍‌ରା ଏବେ ଭଲ ଫର୍ମରେ ଅଛନ୍ତି ଏବଂ ସେ ୨୨ଟି ମ୍ୟାଚରେ ୯୫ ଉଇକେଟ ନେଇଛନ୍ତି। ହେଡିଙ୍ଗଲେରେ ଖେଳାଯିବାକୁ ଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟରେ ସେ ନିଜର ଫର୍ମ ବଜାୟ ରଖିବାକୁ ଚେଷ୍ଟା କରିବେ। ୧୯୮୩ ମସିହାରେ ଭାରତ ପାଇଁ ବିଶ୍ୱକପ ଜିତିଥିବା ଅଧିନାୟକ କପିଲ ଦେବ ୨୫ଟି ଟେଷ୍ଟ ମ୍ୟାଚରେ ଏହି ସଫଳତା ହାସଲ କରିଥିଲେ। ଯଦି ବୁମରା ଏହି ସଫଳତା ହାସଲ କରନ୍ତି, ତେବେ ସେ ଭେଙ୍କଟେଶ ପ୍ରସାଦଙ୍କ ୯୫ ଉଇକେଟ ଏବଂ ମନୋଜ ପ୍ରଭାକରଙ୍କ ୯୬ ଟେଷ୍ଟ ଉଇକେଟ ମଧ୍ୟ ଅତିକ୍ରମ କରିବେ। ଲର୍ଡସରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ ବୁମ୍‌ରାଙ୍କ ପାଇଁ ବହୁତ ଭଲ ଥିଲା। ଏହି ମ୍ୟାଚ୍‌ରେ ସେ କେବଳ ବୋଲିଂରେ ଭଲ କରି ନ ଥିଲେ, ବରଂ ବ୍ୟାଟିଂରେ ମଧ୍ୟ ଦମଦାର ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?