Posted inଖେଳ

ବୋଲିଂ ଟେଷ୍ଟ ପାସ୍‌ କଲେ ବୁମ୍‌ରା ! ଏସିଆ କପ୍‌ ଟିମ୍‌ରେ ମିଳିପାରେ ସୁଯୋଗ…

ନୂଆଦିଲ୍ଲୀ,୧୯।୮: ଟିମ୍‌ ଇଣ୍ଡିଆର ଷ୍ଟାର ବୋଲରଙ୍କ ମଧ୍ୟରୁ ଜସପ୍ରିତ ବୁମ୍‌ରା ଅନ୍ୟତମ। ହେଲେ ଆହତ କାରଣରୁ ସେ ଦୀର୍ଘଦିନ ଧରି ଦଳରୁ ବାଦ୍‌ ପଡ଼ିଥିଲେ। ଏବେ ସେ ଆୟର୍ଲାଣ୍ଡ ବିପକ୍ଷ ଟି୨୦ ସିରିଜରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଶୁକ୍ରବାର ସିରିଜର ପ୍ରଥମ ମୁକାବିଲା ଖେଳାଯାଇଥିବା ବେଳେ ବୁମ୍‌ରା ପୂର୍ବଭଳି ଲୟରେ ବୋଲିଂ କରୁଥିବା ଦେଖାଯାଇଛି। ତେବେ ତାଙ୍କ ପାଇଁ ସିରିଜଟି ପରୀକ୍ଷା ଭଳି। କାରଣ ତାଙ୍କ ଫିଟ୍‌ନେସ ଉପରେ ଚୟନକର୍ତ୍ତା ଏବଂ ମ୍ୟାନେଜମେଣ୍ଟର ନଜର ରହିଛି। ଏଣୁୁ ସେ ପ୍ରଭାବୀ ପ୍ରଦର୍ଶନ କଲେ ଏସିଆ କପ୍‌ ୨୦୨୩ ଲାଗି ଭାରତୀୟ ଟିମ୍‌ରେ ସ୍ଥାନ ପାଇପାରିବେ।

ନ୍ୟାଶନାଲ କ୍ରିକେଟ ଏକାଡେମୀରେ ବୁମ୍‌ରା ବହୁତ ଅଭ୍ୟାସ କରିଛନ୍ତି। ଏବେ ସେ ଫିଟ୍‌ ମଧ୍ୟ ହୋଇଛନ୍ତି। ପ୍ରଥମ ଟି୨୦ରେ ଜବରଦସ୍ତ ବୋଲିଂ କରି ସେ ଟେଷ୍ଟ ପାସ୍‌ କରିଛନ୍ତି। ଏବେ ଦ୍ୱିତୀୟ ମ୍ୟାଚ ଉପରେ ସମସ୍ତଙ୍କ ନଜର ରହିଛି। ଯଦି ସବୁକିଛି ଠିକ୍‌ ରୁହେ ତେବେ ଏସିଆ କପ୍‌ ଟିମ୍‌ରେ ବୁମ୍‌ରାଙ୍କୁ ଦେଖିବାକୁ ମିଳିବ।

କହିରଖୁଛୁ, ଅଗଷ୍ଟ ୩୦ରୁ ଏସିଆ କପ୍‌ ୨୦୨୩ ଆରମ୍ଭ ହେବ। ଭାରତ ପ୍ରଥମ ମ୍ୟାଚ୍‌ ପାକିସ୍ତାନ ବିପକ୍ଷରେ ସେପ୍ଟେମ୍ବର ୨ରେ ଖେଳିବ। ସେହିଭଳି ସେପ୍ଟେମ୍ବର ୪ରେ ଦ୍ୱିତୀୟ ମ୍ୟାଚ୍‌ ନେପାଳ ସହ ଦଳ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri