Posted inଖେଳ

ବୁମ୍‌ରା ଦେଲେ ପ୍ରାରମ୍ଭିକ ଝଟ୍‌କା

ଆଡିଲେଡ୍‌,୧୮।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫି ଆରମ୍ଭ ହୋଇଛି। ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ଆଡିଲେଡରେ ଖେଳାଯାଉଛି। ଟସ ଜିତିବା ପରେ ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୨୪୪ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଭାରତ ଅଲଆଉଟ୍‌ ହେବା ପରେ ଅଷ୍ଟ୍ରେଲିଆ ବ୍ୟାଟିଂ କରିବାକୁ ଆସିଥିଲା। ଘରୋଇ ଦଳକୁ ମଧ୍ୟ ପ୍ରାରମ୍ଭିକ ଝଟ୍‌କା ଲାଗିଛି। ଭାରତୀୟ ବୋଲର ଜଶପ୍ରୀତ ବୁମ୍‌ରା ଦଳକୁ ପ୍ରଥମ ସଫଳତା ଦେଇଥିଲେ। ୧୬ ରନ୍‌ରେ ଅଷ୍ଟ୍ରେଲିଆର ପ୍ରଥମ ଉଇକେଟ ପଡିଥିଲା। ମାଥ୍ୟୁ ଓ୍ବେଡ୍‌ ୮ ରନ୍‌ କରି ବୁମ୍‌ରାଙ୍କ ଶିକାର ହୋଇଥିଲେ। ସେହିପରି ଜୋ ବର୍ଣ୍ଣସ ମଧ୍ୟ ବୁମ୍‌ରାଙ୍କ ଶିକାର ହୋଇଥିଲେ। ମଧ୍ୟାହ୍ନ ଭୋଜନ ବେଳକୁ ଅଷ୍ଟ୍ରେଲିଆ ୨ ଉଇକେଟ୍‌ ହରାଇ ୩୫ରନ୍‌ କରିଛି। ଦ୍ୱିତୀୟ ଦିନ ମାତ୍ର ୧୧ରନ୍‌ ଯୋଡିି ଭାରତୀୟ ଦଳ ୨୪୪ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଭାରତ ପକ୍ଷରୁ ଅଧିନାୟକ ବିରାଟ କୋହଲି ସର୍ବାଧିକ ୭୪ ରନ୍‌ର ପାଳି ଖେଳିଥିଲେ। ସେହିପରି ରାହାଣେ ୪୨, ଚେତେଶ୍ୱର ପୂଜାରା ୪୩ ରନ୍‌ କରିଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ ମିଚେଲ ଷ୍ଟାର୍କ ୪ ଉଇକେଟ ଏବଂ କୁମିନ୍ସ ୩ଟି ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି  

 ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା  ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍‌ ହୋଇଯାଇଛି। ଏହାର ପ୍ରତିବାଦରେ...

ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…

କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ...

ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି

ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ...

ସରକାରଙ୍କ ବଡ଼ ଘୋଷଣା, ବଢ଼ିଲା ଆୟୁର୍ବେଦିକ-ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୧୫ା୧୨: ବଢ଼ିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍...

ଶାନ୍ତ ପଡ଼ିଲା ମାଲକାନଗିରିରି: ସ୍ବାଭାବିକ ହେଲା ଇଣ୍ଟରନେଟ ସେବା

ମାଲକାନଗିରି,୧୫।୧୨(ଦୁଯ୍ୟୋଧନ ପାତ୍ର): ଶାନ୍ତ ପଡ଼ିଲା ମାଲକାନଗିରିରି। ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ହିଂସାର ୮ ଦିନ ପରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ଗତ ସୋମବାର...

ତୀର୍ଥଯାତ୍ରାରେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ: ସବୁଜ ପତାକା ଦେଖାଇଲେ ଉପମୁଖ୍ୟମନ୍ତ୍ରୀ

ରାୟଗଡା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ।...

Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...

ଧର୍ମଶାଳା ଗଣ୍ଡଗୋଳ: ରାଜନୀତି ଛକାପଞ୍ଝାରେ ୨ ଗୋଷ୍ଠୀ, ଗାଁରେ  କୋକୁଆ ଭୟ   

ଧର୍ମଶାଳା,୧୫।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ଗଣ୍ଡଗୋଳକୁ ନେଇ ଧାରଣା, ରାଜନୀତି ଛକାପଞ୍ଝା ଦେଖିବାକୁ ମିଳିଛି। ଭୁବନେଶ୍ବରରେ ବିଜେଡି ଓ ଯାଜପୁରରେ ଭାଜପାର ଧାରଣା। ବିଧାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri