Posted inଖେଳ

ବୁମ୍‌ରା ସମ୍ପୂର୍ଣ୍ଣ ରୂପେ ଫିଟ୍‌, ନିଶ୍ଚିତ କଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୮।୭: ଭାରତୀୟ ଦଳର ମୁଖ୍ୟ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରାଙ୍କ ପ୍ରତ୍ୟାବର୍ତ୍ତନକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ବର୍ତ୍ତମାନ ବିସିସିଆଇର ସଚିବ ଜୟ ଶାହା ବୁମ୍‌ରାଙ୍କ ଫିଟ୍‌ନେସ ସମ୍ପର୍କରେ ଏକ ବଡ଼ ଅପ୍‌ଡେଟ ଦେଇଛନ୍ତି। ଏସିଆ କପ ୨୦୨୩ ଏବଂ ବିଶ୍ୱକପ ୨୦୨୩ରେ ବୁମରାଙ୍କ ପ୍ରତ୍ୟାବର୍ତ୍ତନ ଟିମ ଇଣ୍ଡିଆ ପାଇଁ ଏକ ବଡ଼ ଉତ୍ସ ବୋଲି ପ୍ରମାଣିତ ହୋଇପାରେ। ନିଶ୍ଚିତ କରିବାବେଳେ ଜୟ ଶାହା କହିଛନ୍ତି ଯେ, ବୁମରା ସମ୍ପୂର୍ଣ୍ଣ ଫିଟ୍‌ ହୋଇଛନ୍ତି।

ରିପୋର୍ଟରେ କୁହାଯାଇଛି, ଜସପ୍ରୀତ ବୁମ୍‌ରା ସମ୍ପୂର୍ଣ୍ଣ ଫିଟ୍‌। ଏହା ବ୍ୟତୀତ ଜୟ ଶାହା କହିଛନ୍ତି ଯେ, ଆୟର୍ଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଟି -୨୦ ସିରିଜ ପାଇଁ ସେ ଟିମ ଇଣ୍ଡିଆରେ ଯୋଗ ଦେଇପାରିବେ। ଆୟର୍ଲାଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ୧୮, ୨୦ ଏବଂ ୨୩ଅଗଷ୍ଟରେ ଖେଳାଯିବ।

ଆୟର୍ଲାଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ ଏ ପର୍ଯ୍ୟନ୍ତ ଘୋଷଣା କରାଯାଇନାହିଁ। ଦଳର ଘୋଷଣା ପରେ ହିଁ ବୁମ୍‌ରା ଫେରିବେ କି ନାହିଁ ତାହା ସମ୍ପୂର୍ଣ୍ଣ ସ୍ପଷ୍ଟ ହେବ। ବୁମରା ଚଳିତ ବର୍ଷ ମାର୍ଚ୍ଚରେ ଏକ ସଫଳ ବ୍ୟାକ୍‌ ସର୍ଜରୀ କରିଥିଲେ। ସେ ଦୀର୍ଘ ଦିନ ଧରି କ୍ରିକେଟ୍‌ଠାରୁ ଦୂରରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ଆକ୍ରମଣ: ୨ ମୃତ

ଲଣ୍ଡନ, ୧୮।୮: ୟୁକ୍ରେନ୍‌ସ୍ଥିତ ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି। ଭାରତୀୟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ମାଲିକାନାରେ…

ପୁରୁଣା ଗାଡ଼ି ପାଇଁ ଫେରିପାରେ E10 ପେଟ୍ରୋଲ! ଚିନ୍ତା ଦୂର କରିବାକୁ ମୁଖ୍ୟ ଆର୍ଥିକ ପରାମର୍ଶଦାତାଙ୍କ ପ୍ରସ୍ତାବ

ନୂଆଦିଲ୍ଲୀ,୧୮।୮: ବର୍ତ୍ତମାନ ଫ୍ଲେକ୍ସ ଫ୍ୟୁଏଲ ବା ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ବିଭିନ୍ନ ସ୍ତରରେ ବିବାଦ ମୁଣ୍ଡ ଟେକିଛି। ଏହି କିସମର ଇନ୍ଧନ ବ୍ୟବହାର ଦ୍ୱାରା ମାଇଲେଜ୍‌…

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri