Posted inUncategorized

ଚୁପ୍‌ଚାପ୍‌ ଜସପ୍ରିତ ବୁମ୍‌ରାଙ୍କୁ ଇଂଲଣ୍ଡ ବିପକ୍ଷ ସିରିଜରୁ ହଟାଇଦେଲା BCCI, ଚମକାଇଲା ନିଷ୍ପତ୍ତି

ନୂଆଦିଲ୍ଲୀ,୪।୨: ଇଂଲଣ୍ଡ ବିପକ୍ଷ ଆଗାମୀ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ଖେଳିବେ ନାହିଁ ଜସପ୍ରିତ ବୁମ୍‌ରା। କାରଣ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(BCCI) ତାଙ୍କୁ ଚୁପ୍‌ଚାପ ୧୬ ସଦସ୍ୟ ବିଶିଷ୍ଟ ଟିମ୍‌ରୁ ବାଦ୍‌ ଦେଇଛି। ମଙ୍ଗଳବାର ବିସିସିଆଇ ପକ୍ଷରୁ ଏନେଇ ଏକ ବୟାନ ଜାରି କରାଯାଇଛି। ଏଥିରେ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ଲାଗି ଭାରତୀୟ ଟିମ୍‌(ଅପ୍‌ଡେଟେଡ୍‌) ଘୋଷଣା କରାଯାଇଛି। ଏଥିରେ ବୁମ୍‌ରାଙ୍କ ନାମ ନ ଥିବା ଦେଖାଯାଇଛି।

ଟି୨୦ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିବା ବରୁଣ ଚକ୍ରବର୍ତ୍ତୀଙ୍କୁ ଟିମ୍‌ରେ ସାମିଲ କରାଯାଇଛି। ଏହା ପୂର୍ବରୁ ବିସିସିଆଇ ପକ୍ଷରୁ ଜାରି ବୟାନରେ କୁହାଯାଇଛି ଯେ ବୁମ୍‌ରା କେବଳ ନାଗପୁରରେ ହେବାକୁ ଥିବା ପ୍ରଥମ ଏବଂ ଦ୍ୱିତୀୟ ଦିନିକିଆରେ ଭାଗ ନେବେ ନାହିଁ, କେବଳ ଅନ୍ତିମ ଦିନିକିଆ ଲାଗି ଉପଲବ୍ଧ ରହିବେ।

ବୁମ୍‌ରା ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ସିଡନୀ ଟେଷ୍ଟ ସମୟରେ ପିଠିରେ ଯନ୍ତ୍ରଣା କାରଣରୁ ଆହତ ହୋଇଥିଲେ। ସେବେଠାରୁ ତାଙ୍କ ଫିଟ୍‌ନେସ୍‌କୁ ନେଇ ସସ୍‌ପେନ୍ସ ଲାଗି ରହିଥିଲା। ହେଲେ ମଙ୍ଗଳବାର ଅପରାହ୍ନରେ ବିସିସିଆଇ ତାଙ୍କୁ ଆଧିକାରୀକ ଭାବେ ବରୁଣ ଚକ୍ରବର୍ତ୍ତୀଙ୍କୁ ଦଳରେ ସାମିଲ କରିବାର ସୂଚନା ଦିଆଯାଇଥିଲା। ଏଯାବତ ବିସିସିଆଇ ବୁମ୍‌ରାଙ୍କ ଆଘାତ ଅଥବା ଇଂଲଣ୍ଡ ବିପକ୍ଷ ସିରିଜ ଲାଗି ଦଳରେ ଅନୁପସ୍ଥିତି ଲାଗି ଆଧିକାରୀକ ଭାବେ ଅପ୍‌ଡେଟ୍‌ ଦେଇନାହିଁ।

ଗୋଟିଏ ପଟେ ଚାମ୍ପିଅନ୍ସ ଟ୍ରଫିକୁ ଆଉ ମାତ୍ର ଦୁଇ ସପ୍ତାହ ବାକି ଥିବା ବେଳେ ବୁମ୍‌ରାଙ୍କ ନାମ ନ ଥିବା ଅନେକଙ୍କୁ ଚିନ୍ତାରେ ପକାଇଛି। କାରଣ ବୁମ୍‌ରା ପୂର୍ବରୁ ଏନ୍‌ସିଏରେ ପହଞ୍ଚି ସାରିଛନ୍ତି। ସେ କିଛି ଦିନ ଲାଗି ବାଙ୍ଗାଲୋରରେ ରହିବେ। ଏନ୍‌ସିଏରୁ ସବୁଜ ସଙ୍କେତ ମିଳିବା ପରେ ସେ ଫେରିବେ।

ଏହା ପୂର୍ବରୁ ଜାନୁଆରୀରେ ଚାମ୍ପିଅନ୍ସ ଟ୍ରଫି ଟିମ୍‌ ଘୋଷଣା ସମୟରେ ଅଜିତ ଅଗରକର ବୁମ୍‌ରାଙ୍କ ଆଘାତ ନେଇ ସ୍ପଷ୍ଟ ସୂଚନା ଦେଇ ନ ଥିଲେ। ହେଲେ ଦ୍ରୁତ ବୋଲରଙ୍କୁ ୫ ସପ୍ତାହ ଲାଗି ଆରାମ କରିବାକୁ କୁହାଯାଇଥିବା ଖୁଲାସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ

ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…

ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାର ଗୁରୁତ୍ୱପୂର୍ଣ୍ଣ ତଥ୍ୟ: ଦ୍ୱିତୀୟଥର ଅବତରଣବେଳେ…

ପୁଣେ,୨୮।୧: ମହାରାଷ୍ଟ୍ରର ବାରାମତିରେ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି ମୁମ୍ବାଇରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri