Posted inଖେଳ

କାହାକୁ ବିବାହ କରିବେ ଜଶପ୍ରୀତ ବୁମ୍‌ରା

ଭାରତୀୟ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରା ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଏହି କାରଣରୁ ସେ ଇଂଲଣ୍ଡ ବିପକ୍ଷ ଶେଷ ଟେଷ୍ଟ ନ ଖେଳିବାକୁ ନିଷ୍ପତ୍ତି ନେଇଥିଲେ। ତାଙ୍କୁ ପୂର୍ବରୁ ଟି -୨୦ ସିରିଜରୁ ବିଶ୍ରାମ ଦିଆଯାଇଛି। ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜରେ ମଧ୍ୟ ସେ ଖେଳିବେ ନାହିଁ। ବୁମରା ବିବାହ କରିବାକୁ ଯାଉଛନ୍ତି। ଏଭଳି ପରିସ୍ଥିତିରେ ସେ ବିବାହ ସହ ଜଡିତ ପ୍ରସ୍ତୁତି ପାଇଁ ଛୁଟି ନେଇଛନ୍ତି। ତେବେ ସେ କାହାକୁ ବିବାହ କରିବେ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସାଉଥ୍‌ ଅଭିନେତ୍ରୀ ଅନୁପମା ପରମେଶ୍ୱରନ୍‌ ବିବାହ କରିବେ ବୋଲି ଆଲୋଚନା ହେଉଥିଲା। କିନ୍ତୁ ଅଭିନେତ୍ରୀଙ୍କ ପରିବାର ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଛି। ଅନୁପମା ଏବେ ଗୁଜରାଟରେ ନିଜ ଆଗାମୀ ଫିଲ୍ମ ଶୁଟିଂ ବ୍ୟସ୍ତ ଥିବା କହିଛନ୍ତି। ତେବେ ବୁମ୍‌ରା ଗୋଆର ସ୍ପୋର୍ଟସ ଆଙ୍କର୍‌ ସଞ୍ଜନା ଗଣେଷନଙ୍କୁ ବିବାହ କରିବେ ବୋଲି ର୍ଚ୍ଚା ହେଉଛି। ୨୮ ବର୍ଷିୟା ସଞ୍ଜନା ଅନେକ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟରେ ହୋଷ୍ଟିଂ ଦାୟିତ୍ୱ ତୁଲାଇଛନ୍ତି। ୨୦୧୯ ଆଇପିଏଲ୍‌ରେ କୋଲକତା ନାଇଟ୍‌ ରାଇଡର୍ସ ପକ୍ଷରୁ ମଧ୍ୟ ହୋଷ୍ଟିଂ କରିଥିଲେ। ୨୦୧୩ରେ ସେ ଫେମିନା ଗର୍ଜିୟସ୍‌ ଟାଇଟେଲ୍‌ ଜିତିଥିଲେ। ତେବେ ବୁମ୍‌ରାଙ୍କ ବିବାହ କେବେ ଓ କେଉଁଠାରେ ହେବ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଏହି ବିବାହ କେବଳ ଅହମ୍ମଦାବାଦରେ ହେବ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri