Posted inଖେଳ

ବୁମରା, ଶାର୍ଦ୍ଦୁଳଙ୍କ ର଼୍ୟାଙ୍କିଙ୍ଗ୍‌ରେ ପରିବର୍ତ୍ତନ

ଦୁବାଇ,୮।୯: ଚଳିତ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ରେ ଭଲ ପ୍ରଦର୍ଶନ କରିଥିବା ଭାରତୀୟ ପେସର ଯଶପ୍ରୀତ ବୁମରା ଓ ଅଲରାଉଣ୍ଡର ଶାର୍ଦ୍ଦୁଳ ଠାକୁରଙ୍କ ର଼୍ୟାଙ୍କିଙ୍ଗ୍‌ରେ ପରିବର୍ତ୍ତନ ଆସିଛି। ପୂର୍ବରୁ ୧୦ମ ସ୍ଥାନରେ ଥିବା ବୁମରା ଏବେ ଗୋଟିଏ ସ୍ଥାନ ଉପରକୁ ଉଠି ୯ମ ସ୍ଥାନ ହାସଲ କରିଛନ୍ତି। ଭାରତୀୟ ଦଳ ଓଭାଲ ଟେଷ୍ଟ ବିଜୟ ପଛରେ ବୁମରାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନ୍ତିମ ଦିନ ଜବରଦସ୍ତ ବୋଲିଂ କରି ଓଲି ପୋପ ଓ ଜନ୍ନି ବେଆରଷ୍ଟୋଙ୍କୁ କ୍ଲିନ ବୋଲ୍ଡ କରିଥିଲେ।

ଅନ୍ୟପକ୍ଷରେ ଅଲରାଉଣ୍ଡର ଶାର୍ଦ୍ଦୁଳ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ୨୦ଟି ସ୍ଥାନ ଉପରକୁ ଉଠିଛନ୍ତି। ଓଭାଲ ଟେଷ୍ଟର ଉଭୟ ଇନିଂସରେ ଅର୍ଦ୍ଧଶତକୀୟ ଇନିଂସ ଖେଳିବା ପୂର୍ବରୁ ଜଣେ ବ୍ୟାଟ୍ସମ୍ୟାନ ଭାବେ ସେ ୭୯ତମ ର଼୍ୟାଙ୍କରେ ଥିଲେ। ଆଉ ବୋଲରଙ୍କ ତାଲିକାରେ ୭ ସ୍ଥାନ ଉପରକୁ ଉଠି ୪୯ତମ ସ୍ଥାନ ଅଧିକାର କରିଛନ୍ତି। ପୂରା ମ୍ୟାଚ୍‌ରେ ୪ ଉଇକେଟ ହାତେଇଥିଲେ ଶାର୍ଦ୍ଦୁଳ।

ଅଷ୍ଟ୍ରେଲିଆର ପାଟ କୁମିନ୍ସଙ୍କ ନେତୃତ୍ୱାଧୀନ ବୋଲରଙ୍କ ର଼୍ୟାଙ୍କିଙ୍ଗ୍‌ରେ ବରିଷ୍ଠ ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ବୁମରାଙ୍କ ବ୍ୟତୀତ ଟପ୍‌ ୧୦ ବୋଲରଙ୍କ ର଼୍ୟାଙ୍କିଙ୍ଗ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ। ଅନ୍ୟପକ୍ଷରେ ରୋହିତ ଶର୍ମା ଓ ବିରାଟ କୋହଲି ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ୫ମ ଓ ୬ଷ୍ଠ ସ୍ଥାନରେ ରହିଛନ୍ତି। ଦୁଇ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ୩୦ ପଏଣ୍ଟର ବ୍ୟବଧାନର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri