Posted inଖେଳ

୧୦ ମାସ ପରେ ଟିମ ଇଣ୍ଡିଆକୁ ପ୍ରତ୍ୟାବର୍ତ୍ତନ କରିପାରନ୍ତି ବୁମ୍‌ରା

ନୂଆଦିଲ୍ଲୀ,୨୭।୭: ଜସପ୍ରୀତ ବୁମ୍‌ରା ଗତ ଏକ ବର୍ଷ ପିଠି ସମସ୍ୟାରେ ପୀଡିତ ଥିଲେ। ନିକଟରେ ବିସିସିଆଇ ମଧ୍ୟ ତାଙ୍କ ସ୍ବାସ୍ଥ୍ୟ ବିଷୟରେ ସୂଚନା ପ୍ରକାଶ କରି କହିଛି ଯେ, ସେ ବେଙ୍ଗାଲୁରୁର ଜାତୀୟ କ୍ରିକେଟ ଏକାଡେମୀରେ ନିଜର ପୂର୍ଣ୍ଣ କ୍ଷମତା ସହିତ ବୋଲିଂ କରୁଛନ୍ତି ଏବଂ ଖୁବ୍‌ଶୀଘ୍ର ପ୍ରତ୍ୟାବର୍ତ୍ତନ କରିପାରନ୍ତି। ଏବେ ଗଣମାଧ୍ୟମ ରିପୋର୍ଟରେ ଏକ ନୂଆ କଥା ସାମ୍ନାକୁ ଆସିଛି। ବୁମ୍‌ରା ଆସନ୍ତା ମାସରେ ଆୟର୍ଲାଣ୍ଡ ବିପକ୍ଷ ଟି -୨୦ସିରିଜରୁ ଟିମ ଇଣ୍ଡିଆକୁ ଫେରିପାରନ୍ତି।

ଆସନ୍ତା ମାସ ଅଗଷ୍ଟ ୧୮ରୁ ଭାରତକୁ ଆୟର୍ଲାଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି -୨୦ସିରିଜ ଖେଳିବାକୁ ପଡିବ। ଦ୍ୱିତୀୟ ଟି -୨୦ ଅଗଷ୍ଟ ୨୦ରେ ଏବଂ ତୃତୀୟ ଟି -୨୦ ଅଗଷ୍ଟ ୨୩ରେ ଖେଳାଯିବ। ସମସ୍ତ ତିନୋଟି ମ୍ୟାଚ ଡବଲିନ ର ଦ ବିଲେଜ୍‌ ଷ୍ଟାଡିୟମରେ ଖେଳାଯିବ। ରିପୋର୍ଟ ଅନୁଯାୟୀ, ଏହି ସପ୍ତାହରେ ଆୟର୍ଲାଣ୍ଡ ଗସ୍ତ ପାଇଁ ଦଳ ଘୋଷଣା କରାଯାଇପାରେ। ଅଜିତ ଅଗରକର ନେତୃତ୍ୱାଧୀନ ଚୟନ କମିଟି ଏସିଆ କପ ଏବଂ ବିଶ୍ୱକପକୁ ଦୃଷ୍ଟିରେ ରଖି ଏହି ଟି-୨୦ ସିରିଜର କିଛି ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦେଇପାରେ। ଏହି ସମୟରେ, କିଛି ଆଇପିଏଲ ତାରକା ଖେଳିବାର ସୁଯୋଗ ପାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍‌, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼

ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?