Posted inଖେଳ

BCCIର ବଡ଼ ଘୋଷଣା, ଟିମ୍‌ ଇଣ୍ଡିଆକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୧।୨: ୨୦୨୫ ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଛି ବଡ଼ ଝଟ୍‌କା। ଟିମ ଇଣ୍ଡିଆର ଷ୍ଟାର ଫାଷ୍ଟ ବୋଲର ଜସପ୍ରିତ ବୁମରାହ ଏହି ଟୁର୍ନାମେଣ୍ଟରେ ଖେଳିପାରିବେ କି ନାହିଁ ସେନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି। ଅଷ୍ଟ୍ରେଲିଆ ଗସ୍ତର ଶେଷ ମ୍ୟାଚ୍‌ ସମୟରେ ସପ୍ରିତ ବୁମରା ଆହତ ହୋଇଥିଲେ, ଯାହା ପରେ ତାଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଥିଲା। ସେହି ସମୟରେ, ବୁମରାହ ସମ୍ପ୍ରତି ତାଙ୍କ ପିଠି ସ୍କାନ କରିବା ପାଇଁ ବେଙ୍ଗାଲୁରୁର ବିସିସିଆଇ ସେଣ୍ଟର ଅଫ ଏକ୍ସେଲେନ୍ସ ଯାଇଥିଲେ। ହେଲେ ଏବେ ସେ ଚାମ୍ପିଅନ୍ସ ଟ୍ରଫି ଖେଳିପାରିବେ ନାହିଁ ବୋଲି ବିସିସିଆଇ ସ୍ପଷ୍ଟ କରିଛି।
ESPNcricinfoର ଏକ ରିପୋର୍ଟ ଅନୁଯାୟୀ, ଜସପ୍ରିତ ବୁମରା ଏପର୍ଯ୍ୟନ୍ତ ତାଙ୍କ ପିଠି ଆଘାତରୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇନାହାନ୍ତି। ଏଣୁ ସେ ୨୦୨୫ ଚାମ୍ପିଅନ୍ସ ଟ୍ରଫିରୁ ବାଦ୍‌ ପଡ଼ିଛନ୍ତି। ଯଦିଓ ବେଙ୍ଗାଲୁରୁରେ ବୁମ୍‌ରାଙ୍କ ସ୍କାନରେ କିଛି ଅସ୍ବାଭାବିକ ମିଳିନାହିଁ, ତଥାପି ସେ ବୋଲିଂ କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ନୁହନ୍ତି। ସମ୍ଭବତଃ ସେ କିଛି ସପ୍ତାହ ମଧ୍ୟରେ ଦୌଡ଼ିବା ଆରମ୍ଭ କରିବେ। ତା’ପରେ ଧୀରେ ଧୀରେ ବୋଲିଂ ଆରମ୍ଭ କରିବେ। ସେପର୍ଯ୍ୟନ୍ତ ବିସିସିଆଇ ଡାକ୍ତରୀ ଦଳ ତାଙ୍କ ଫିଟ୍‌ନେସ୍‌ ଉପରେ ନଜର ରଖିବେ।
ସୂଚନାନୁଯାୟୀ, ଜାନୁଆରୀ ୧୮ ତାରିଖରେ ଘୋଷିତ ଚାମ୍ପିଅନ୍ସ ଟ୍ରଫି ପାଇଁ ୧୫ ଜଣିଆ ଦଳରେ ବୁମରାଙ୍କୁ ସାମିଲ କରାଯାଇଥିଲା। କିନ୍ତୁ ଏବେ ବିସିସିଆଇକୁ ଟିମ ଇଣ୍ଡିଆରେ ପରିବର୍ତ୍ତନ କରିବାକୁ ପଡିଛି। ବୁମରାହଙ୍କ ସ୍ଥାନରେ ହର୍ଷିତ ରାଣାଙ୍କୁ ସାମିଲ କରାଯାଇଛି, ଯାହାକୁ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ବୁମରାହଙ୍କ ବ୍ୟାକଅପ୍‌ ଭାବରେ ସାମିଲ କରାଯାଇଥିଲା। ଏହି ସିରିଜରେ ହର୍ଷିତ ରାଣା ମଧ୍ୟ ତାଙ୍କର ଏକଦିବସୀୟ ଡେବ୍ୟୁ କରିଥିଲେ।
ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ ଦଳ:
ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ (ଉପ-ଅଧିନାୟକ), ବିରାଟ କୋହଲି, ଶ୍ରେୟସ ଆୟର, କେଏଲ ରାହୁଲ (ଉଇକେଟକିପର), ରିଷଭ ପନ୍ତ (ଉଇକେଟକିପର), ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ୱାଶିଂଟନ ସୁନ୍ଦର, କୁଲଦୀପ ଯାଦବ, ହର୍ଷିତ ରାଣା, ମହମ୍ମଦ ଶାମି, ଅର୍ଶଦୀପ ସିଂହ, ରବିନ୍ଦ୍ର ଜାଡେଜା, ବରୁଣ ଚକ୍ରବର୍ତ୍ତୀ।

Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri