Posted inଖେଳ

୪୦ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ବୁମ୍‌ରା

ବର୍ମିଂହାମ୍‌, ୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏଜବାଷ୍ଟନ ଟେଷ୍ଟରେ ଘରୋଇ ଦଳ ବିଜୟ ପଥରେ ଆଗେଇଛି। ୩୭୮ ରନ୍‌ର ଟାର୍ଗେଟକୁ ପିଛା କରି ଇଂଲଣ୍ଡ ୩ ଉଇକେଟ୍‌ ହରାଇ ୨୫୯ ରନ୍‌ ସଂଗ୍ରହ କରିଛି। ଫଳରେ ୭ଟି ଉଇକେଟ ସୁରକ୍ଷିତ ଥାଇ ଦଳ ବିଜୟ ଲକ୍ଷ୍ୟଠାରୁ ମାତ୍ର ୧୧୯ ରନ ଦୂରରେ ରହିଛି। ଭାରତୀୟ ଅଧିନାୟକ ଜଶପ୍ରୀତ ବୁମ୍‌ରା ଇଂଲଣ୍ଡକୁ ପ୍ରଥମ ଦୁଇଟି ଝଟକା ଦେଇଥିଲେ। ସେ ପ୍ରଥମେ ଜ୍ୟାକ କ୍ରାଉଲି କ୍ଳିନ୍‌ ବୋଲ୍ଡ କରିଥିଲେ। ତା’ପରେ ଓଲି ପୋପଙ୍କ ଉଇକେଟ ନେଇଥିଲେ।
ଏହି ଦୁଇଟି ଉଇକେଟ ନେଇ ବୁମରା ୪୦ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ଏହି ରେକର୍ଡ ଭାରତର ପୂର୍ବତନ ଦ୍ରୁତ ବୋଲର ଅଧିନାୟକ କପିଲ ଦେବ ନାଁରେ ଥିଲା। ଇଂଲଣ୍ଡ ବିପକ୍ଷ କୌଣସି ଟେଷ୍ଟ ସିରିଜରେ ସର୍ବାଧିକ ଉଇକେଟ ନେଇଥିବା ବୁମରା ଭାରତୀୟ ଦ୍ରୁତ ବୋଲର ହୋଇପାରିଛନ୍ତି।
ଇଂଲଣ୍ଡ ବିପକ୍ଷ ଚଳିତ ସିରିଜରେ ବୁମ୍‌ରା ଏପର୍ଯ୍ୟନ୍ତ ୨୩ଟି ଉଇକେଟ ନେଇଛନ୍ତି। କପିଲ ୧୯୮୧-୮୨ରେ ଇଂଲଣ୍ଡ ବିପକ୍ଷ ୬ଟି ମ୍ୟାଚ ଟେଷ୍ଟ ସିରିଜରେ ୨୨ଟି ଉଇକେଟ ନେଇଥିଲେ। ଭୁବନେଶ୍ୱର କୁମାର ତୃତୀୟ ସ୍ଥାନରେ ଅଛନ୍ତି। ୨୦୧୪ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଭୁଭି ୧୯ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?