Posted inଖେଳ

୪୦ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ବୁମ୍‌ରା

ବର୍ମିଂହାମ୍‌, ୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏଜବାଷ୍ଟନ ଟେଷ୍ଟରେ ଘରୋଇ ଦଳ ବିଜୟ ପଥରେ ଆଗେଇଛି। ୩୭୮ ରନ୍‌ର ଟାର୍ଗେଟକୁ ପିଛା କରି ଇଂଲଣ୍ଡ ୩ ଉଇକେଟ୍‌ ହରାଇ ୨୫୯ ରନ୍‌ ସଂଗ୍ରହ କରିଛି। ଫଳରେ ୭ଟି ଉଇକେଟ ସୁରକ୍ଷିତ ଥାଇ ଦଳ ବିଜୟ ଲକ୍ଷ୍ୟଠାରୁ ମାତ୍ର ୧୧୯ ରନ ଦୂରରେ ରହିଛି। ଭାରତୀୟ ଅଧିନାୟକ ଜଶପ୍ରୀତ ବୁମ୍‌ରା ଇଂଲଣ୍ଡକୁ ପ୍ରଥମ ଦୁଇଟି ଝଟକା ଦେଇଥିଲେ। ସେ ପ୍ରଥମେ ଜ୍ୟାକ କ୍ରାଉଲି କ୍ଳିନ୍‌ ବୋଲ୍ଡ କରିଥିଲେ। ତା’ପରେ ଓଲି ପୋପଙ୍କ ଉଇକେଟ ନେଇଥିଲେ।
ଏହି ଦୁଇଟି ଉଇକେଟ ନେଇ ବୁମରା ୪୦ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ଏହି ରେକର୍ଡ ଭାରତର ପୂର୍ବତନ ଦ୍ରୁତ ବୋଲର ଅଧିନାୟକ କପିଲ ଦେବ ନାଁରେ ଥିଲା। ଇଂଲଣ୍ଡ ବିପକ୍ଷ କୌଣସି ଟେଷ୍ଟ ସିରିଜରେ ସର୍ବାଧିକ ଉଇକେଟ ନେଇଥିବା ବୁମରା ଭାରତୀୟ ଦ୍ରୁତ ବୋଲର ହୋଇପାରିଛନ୍ତି।
ଇଂଲଣ୍ଡ ବିପକ୍ଷ ଚଳିତ ସିରିଜରେ ବୁମ୍‌ରା ଏପର୍ଯ୍ୟନ୍ତ ୨୩ଟି ଉଇକେଟ ନେଇଛନ୍ତି। କପିଲ ୧୯୮୧-୮୨ରେ ଇଂଲଣ୍ଡ ବିପକ୍ଷ ୬ଟି ମ୍ୟାଚ ଟେଷ୍ଟ ସିରିଜରେ ୨୨ଟି ଉଇକେଟ ନେଇଥିଲେ। ଭୁବନେଶ୍ୱର କୁମାର ତୃତୀୟ ସ୍ଥାନରେ ଅଛନ୍ତି। ୨୦୧୪ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଭୁଭି ୧୯ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri