Posted inଖେଳ

ବୁମ୍‌ରାଙ୍କ ଐତିହାସିକ ସଫଳତା, ICC ଶ୍ରେଷ୍ଠ କ୍ରିକେଟର ଭାବେ…

ନୂଆଦିଲ୍ଲୀ,୨୮।୧: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି)ପକ୍ଷରୁ କ୍ରିକେଟର ଅଫ ଦି ଇୟରଙ୍କ ନାମ ଘୋଷଣା କରାଯାଇଛି। ଏଥିପାଇଁ ୪ ଜଣ ଖେଳାଳ ରେସ୍‌ରେ ଥିଲେ, ଯେଉଁଥିରେ ଭାରତର ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରାଙ୍କ ସହିତ ଇଂଲଣ୍ଡର ବ୍ୟାଟସମ୍ୟାନ ଜୋ ରୁଟ, ହ୍ୟାରି ବ୍ରୁକ ଏବଂ ଅଷ୍ଟ୍ରେଲିଆର ବ୍ୟାଟସମ୍ୟାନ ଟ୍ରାଭିସ ହେଡ ସାମିଲ ଥିଲେ। ହେଲେ ସମସ୍ତଙ୍କୁ ବାଦ୍‌ ଦେଇ ବୁମ୍‌ରା ଏହି ପୁରସ୍କାର ଜିତିଛନ୍ତି। ୨୦୨୪ରେ ତାଙ୍କର ଉଲ୍ଲେଖନୀୟ ପ୍ରଦର୍ଶନ ଲାଗି ବୁମ୍‌ରାଙ୍କୁ କ୍ରିକେଟର ଅଫ୍‌ ଦ ଇୟର ସହ ଆଇସିସି ଟେଷ୍ଟ କ୍ରିକେଟର ଅଫ୍‌ ଦ ଇୟର ଭାବେ ମଧ୍ୟ ଚୟନ କରାଯାଇଛି।
ବୁମ୍‌ରାଙ୍କ ପାଇଁ ୨୦୨୪ ବର୍ଷ ବହୁତ ସ୍ମରଣୀୟ ଥିଲା। ସେ ଗତ ବର୍ଷ କୌଣସି ଦିନିକିଆ ଖେଳି ନ ଥିଲେ, ହେଲେ ସେ ଟେଷ୍ଟ ଏବଂ T୨୦ ରେ ସବୁଠାରୁ ସଫଳ ବୋଲର ଥିଲେ। ୧୭ ବର୍ଷ ପରେ ଟିମ ଇଣ୍ଡିଆକୁ ଟି-୨୦ ବିଶ୍ୱକପ ଟାଇଟଲ ଜିତିବାରେ ସେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହି ଟୁର୍ନାମେଣ୍ଟରେ ସେ ୮ଟି ମ୍ୟାଚ୍‌ରେ ମାତ୍ର ୪.୧୭ ଇକୋନୋମି ହାରରେ ରନ୍‌ ଦେଇଥିଲେ ଏବଂ ୧୫ ଉଇକେଟ ନେଇଥିଲେ। ସେ ସବୁଠାରୁ ଇକୋନୋମିକ୍‌ ବୋଲର ଥିଲେ ଏବଂ ସର୍ବାଧିକ ଉଇକେଟ ନେବାରେ ତୃତୀୟ ସ୍ଥାନରେ ଅଛନ୍ତି।
ଅନ୍ୟପକ୍ଷରେ, ଗତ ବର୍ଷ ବୁମ୍‌ରା ଟେଷ୍ଟରେ ସବୁଠାରୁ ସଫଳ ବୋଲର ମଧ୍ୟ ଥିଲେ। ସେ ଏହି ବର୍ଷ ମୋଟ ୧୩ ଟେଷ୍ଟ ମ୍ୟାଚ୍‌ ଖେଳିଥିଲେ। ଏହି ସମୟ ମଧ୍ୟରେ ସେ ୧୪.୯୨ ହାରରେ ୭୧ଟି ଉଇକେଟ ନେଇଥିଲେ। ସେ ଗତ ବର୍ଷ ଟେଷ୍ଟ କ୍ରିକେଟରେ ସର୍ବାଧିକ ଉଇକେଟ ଦଖଲକାରୀ ମଧ୍ୟ ଥିଲେ। ଗତ ବର୍ଷ ଟେଷ୍ଟରେ ଘରୋଇ ପରିବେଶରେ ଇଂଲଣ୍ଡ ଏବଂ ବାଂଲାଦେଶ ବିପକ୍ଷରେ ଦଳର ବିଜୟରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଅନ୍ୟପକ୍ଷରେ, ସେ ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆରେ ମଧ୍ୟ ଚମତ୍କାର ପ୍ରଦର୍ଶନ କରିଥିଲେ।
ଗତବର୍ଷ ତାଙ୍କର ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ବୁମ୍‌ରାଙ୍କୁ ICC ବର୍ଷର ଶ୍ରେଷ୍ଠ କ୍ରିକେଟର ଏବଂ ICC ବର୍ଷର ଶ୍ରେଷ୍ଠ ଟେଷ୍ଟ କ୍ରିକେଟର ଭାବରେ ସମ୍ମାନିତ କରାଯାଇଛି। ପ୍ରଥମ ଥର ପାଇଁ ଭାରତର କୌଣସି ଦ୍ରୁତ ବୋଲର ଏହି ICC ପୁରସ୍କାର ଜିତିଛନ୍ତି। ସେହିଭଳି ଗୋଟିଏ ବର୍ଷରେ ଦୁଇଟି ICC ପୁରସ୍କାର ଜିତିବାରେ ବୁମ୍‌ରା ବିଶ୍ୱର ତୃତୀୟ ବୋଲର ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?