ଧିମେଇଛି ଜଟଣୀ ଓଭରବ୍ରିଜ୍‌ କାମ

ଖୋର୍ଦ୍ଧା ଅଫିସ/ଜଟଣୀ, ୧୮ା୩(ଡି.ଏନ୍‌.ଏ.): ଜଟଣୀ ଓଭରବ୍ରିଜ୍‌୍‌ ନିର୍ମାଣ ହେଲେ ବହୁ ଲୋକ ଉପକୃତ ହେବେ। ୨୦୨୨ ଏପ୍ରିଲ ପହିଲାରେ ଏହି ଓଭରବ୍ରିଜ୍‌ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ ସେ ସମୟର ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ। ମାତ୍ର ସରିଲା ନାହିଁ। ସେହିପରି ଚଳିତବର୍ଷ ଏପ୍ରିଲ ପହିଲା ତଥା ଓଡ଼ିଶା ଦିବସରେ ଓଭରବ୍ରିଜ୍‌ ଉଦ୍‌ଘାଟନ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ ସ୍ଥାନୀୟ ବିଧାୟକ ସୁରେଶ କୁମାର ରାଉତରାୟ। ତେବେ ପ୍ରତିଶ୍ରୁତି ଅନୁଯାୟୀ ଆଉ ୧୩ ଦିନ ରହିଥିବା ବେଳେ ନିର୍ମାଣ କାର୍ଯ୍ୟ କଚ୍ଛପ ଗତିରେ ଚାଲିଛି। ଅନ୍ୟପଟେ ୭ ବର୍ଷରୁ ଊର୍ଦ୍ଧ୍ୱ ହେବ କାର୍ଯ୍ୟ ଚାଲୁଥିବା ବେଳେ ଆସନ୍ତା ମେ’୨୫ରେ ଏହି ଓଭରବ୍ରିଜ୍‌ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରାଯିବ ବୋଲି ପୁଣି ବିଧାୟକ ରାଉତରାୟ କହିଛନ୍ତି।
ପ୍ରକାଶ ଯେ, ୨୦୧୫ ମସିହାରେ ଜଟଣୀ ଆନ୍ଧ୍ରବ୍ୟାଙ୍କ ଛକଠାରୁ କୁଦିଆରୀ ବଜାର ପର୍ଯ୍ୟନ୍ତ ୧୧୩୩ ମିଟର ଲମ୍ବର ଏହି ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ ମୋଟ୍‌ ୫୪ କୋଟି ୯୭ ଲକ୍ଷ ଟଙ୍କା ବ୍ୟୟଅଟକଳରେ ଆରମ୍ଭ ହୋଇଥିଲା। ଓଭରବ୍ରିଜ୍‌ କାର୍ଯ୍ୟ ୨୦୧୭ ସୁଦ୍ଧା ଶେଷହେବାକୁ ସମୟ ଧାର୍ଯ୍ୟ କରାଯାଇଥିଲା। ତେବେ ନିମ୍ନମାନର କାମ ହେଉଥିବା ନେଇ ୨୦୧୮ରେ ନିର୍ମାଣ ଦାୟିତ୍ୱରେ ଥିବା ଠିକାସଂସ୍ଥା ପଣ୍ଡା ଇନ୍‌ଫ୍ରା ବିରୋଧରେ ଅଭିଯୋଗ ଆସିଥିଲା। ଏହାକୁ ନେଇ ବିବାଦ ଉଠିବା ପରେ ଅଭିଯୋଗକୁ ଭିତ୍ତିକରି ନିର୍ମାଣକାରୀ ସଂସ୍ଥାକୁ ସରକାର ବିଦାକରି ପୁନଃ ଟେଣ୍ଡର କରିଥିଲେ। ପରେ ଅନ୍ୟ ଏକ କନ୍‌ଷ୍ଟ୍ରକ୍ସନ କମ୍ପାନୀ ଏହାର ନିର୍ମାଣ ଦାୟିତ୍ୱ ନେଇଥିଲା। ପରେ ଉକ୍ତ ସଂସ୍ଥା ବିରୋଧରେ ମଧ୍ୟ ଅନୁରୂପ ଅଭିଯୋଗ ଆସିଥିଲା। ପରବର୍ତ୍ତୀ ସମୟରେ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ ଲାଗି ରାଜ୍ୟ ସରକାର ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଲେ। ଏବେ ଏହାର ନିର୍ମାଣ ଖର୍ଚ୍ଚ ୧୦୦ କୋଟିରୁ ଊର୍ଦ୍ଧ୍ୱରେ ପହଞ୍ଚତ୍ଛି। ତେବେ କରୋନା ମହାମାରୀ ଯୋଗୁ ୨୦୨୦ ମାର୍ଚ୍ଚ ୨୦ରୁ ନିର୍ମାଣ କାର୍ଯ୍ୟ ବନ୍ଦ ରହିଥିଲା। ସଂକ୍ରମଣ ହାର ହ୍ରାସ ପରେ ସରକାର ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ। ତେବେ କାର୍ଯ୍ୟ କଚ୍ଛପ ଗତିରେ ଚାଲିଥିବାରୁ ଲୋକେ ରେଲ୍‌ଓ୍ବେ ଅଣ୍ଡରପାସ୍‌ ଉପରେ ନିର୍ଭର କରୁଛନ୍ତି। ଜଟଣୀରୁ ସୁନ୍ଦରପଦା ଦେଇ ଭୁବନେଶ୍ୱର ଏବଂ ପିପିଲିକୁ ଏହି ଅଣ୍ଡରପାସ୍‌ ସଂଯୋଗ କରୁଛି। ତେବେ ଉଭୟପଟୁ ଖାଲ ଏବଂ ଡ୍ରେନେଜ୍‌ ବ୍ୟବସ୍ଥା ନ ଥିବାରୁ ବର୍ଷାଜଳ ଏବଂ ଡ୍ରେନ୍‌ପାଣି ନିଷ୍କାସନର କୌଣସି ବାଟ ନାହିଁ। ଫଳରେ ସାମାନ୍ୟ ବର୍ଷା ହେଲେ ଏଠାରେ କୃତ୍ରିମ ହ୍ରଦର ଭ୍ରମ ସୃଷ୍ଟି କରୁଛି। ଅନେକ ସମୟରେ ମଧ୍ୟ ଛୋଟବଡ଼ ଦୁର୍ଘଟଣା ଘଟୁଛି ବୋଲି ସ୍ଥାନୀୟ ବାସିନ୍ଦା କହିଛନ୍ତି। ତୁରନ୍ତ ନିର୍ମାଣ କାର୍ଯ୍ୟ ସାରିବାକୁ ଜଟଣୀ ସହରବାସୀ ଦାବି କରିଛନ୍ତି।
ଦୀର୍ଘ ୭ ବର୍ଷରୁ ଊର୍ଦ୍ଧ୍ୱ ହେବ ଏହି ଓଭରବ୍ରିଜ୍‌ ନିର୍ମାଣ ଚାଲିଛି। ନିର୍ମାଣରେ ମନ୍ଥରତା ଯୋଗୁ ପ୍ରତିଶ୍ରୁତି ପରେ ପ୍ରତିଶ୍ରୁତି ସତ୍ତ୍ୱେ କାମ ଶେଷ ହୋଇପାରୁନାହିଁ। ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଏବଂ ପ୍ରଶାସନ ଓ ପୂର୍ବତଟ ରେଳ ବିଭାଗର ଦାୟିତ୍ୱହୀନତାକୁ ଜଟଣୀବାସୀ ଦାୟୀ କରିଛନ୍ତି। ଅନ୍ୟପକ୍ଷରେ ଶ୍ରେୟ ନେବା ପାଇଁ ନିର୍ମାଣ ବିଳମ୍ବ ଘଟୁଥିବା ସାଧାରଣରେ ଚର୍ଚ୍ଚା ହେଉଛି। ଆଗକୁ ନିର୍ବାଚନ ରହିଛି। ଶାସକ ଦଳ ଏବଂ କଂଗ୍ରେସ ମଧ୍ୟରେ ଛକାପଞ୍ଝା ଲାଗିରହିଥିବା ବେଳେ ବଳିପଡୁଛନ୍ତି ଜଟଣୀବାସୀ। ଓଭରବ୍ରିଜ୍‌ ନିର୍ମାଣ ନେଇ ଜଟଣୀ ବିଧାୟକ ରାଉତରାୟ ଏବଂ ପୂର୍ବତନ ବିଧାୟକ ତଥା ବିଜେଡି ଜିଲା ସଭାପତି ବିଭୂତି ବଳବନ୍ତରାୟ ନିଜ ସମର୍ଥକଙ୍କ ସହ ବହୁବାର ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ମଧ୍ୟ ଦୌଡ଼ରେ ରହିଛନ୍ତି। ଓଭରବ୍ରିଜ୍‌ ନିର୍ବାଚନ ପୂର୍ବରୁ ଉଦ୍‌ଘାଟନ ହୋଇଗଲେ ନିଜ ପତିଆରା କମିଯିବା ଆଶଙ୍କାରେ ନେତାମାନେ ଜାଣିଶୁଣି ପଛଘୁଞ୍ଚା ଦେଉଥିବା ସାଧାରଣରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri