ସନ୍ତୋଷଙ୍କ ଟିକେଟକୁ ନେଇ ଜଟଣୀ ରାଜନୀତି ସରଗରମ

ଖୋର୍ଦ୍ଧା/ଜଟଣୀ,୧୬ା୪(ପ୍ରଭାତ ପାଣିଗ୍ରାହୀ/ରବୀନ୍ଦ୍ର ନାଥ ମହାକୁଡ଼):ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଜଟଣୀ ବିଧାନସଭା ଆସନ ପାଇଁ ବିଜେଡି ବିଭୂତି ବଳବନ୍ତରାୟ ଓ ଭାଜପା ବିଶ୍ୱରଞ୍ଜନ ବଡ଼ଜେନାଙ୍କୁ ପ୍ରାର୍ଥୀ କରିଛି। ଗତ ରବିବାର ଏହି ଆସନ ପାଇଁ କଂଗ୍ରେସ ସନ୍ତୋଷ ଜେନାଙ୍କୁ ପ୍ରାର୍ଥୀଭାବେ ଘୋଷଣା କରିବା ପରେ ଜଟଣୀ ରାଜନୀତି ସରଗରମ ହୋଇଛି।
ସନ୍ତୋଷଙ୍କୁ କଂଗ୍ରେସରେ ସାମିଲ କରିବା ଲାଗି ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ବଡପୁଅ ସିଦ୍ଧାର୍ଥ କଂଗ୍ରେସ ଭବନରେ ପହଞ୍ଚିଥିଲେ। ଏହାକୁ ଦେଖି ସୁରଙ୍କ ପୁତୁରା ସଂଗ୍ରାମ ରାଉତରାୟ ପ୍ରତିବାଦ କରିବା ଆରମ୍ଭ କରିଥିଲେ। ସଂଗ୍ରାମ ଓ ତାଙ୍କର ସମର୍ଥକ ଏହାକୁ ପ୍ରତିବାଦ କରିବା ପରେ ମିଶ୍ରଣ ପର୍ବ ବନ୍ଦ ରହିଥିଲା। ଆଉ କାହାକୁ ପ୍ରାର୍ଥୀ କରାଗଲେ ଜଟଣୀରେ ତୀବ୍ର ବିରୋଧ କରାଯିବ ବୋଲି ସଂଗ୍ରାମ ଗଣମାଧ୍ୟମରେ କହିଥିଲେ। ଅନ୍ୟପଟେ ଏହି ଆସନ ପାଇଁ ସଂଗ୍ରାମ, ଅଶୋକ ମଙ୍ଗରାଜ ଆଶାୟୀ ରହିଥିବା ବେଳେ ଦଳ ସନ୍ତୋଷଙ୍କ ନାମ ଘୋଷଣା ପରେ ରାନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ପ୍ରକାଶ ଯେ, ସନ୍ତୋଷ ଛାତ୍ରାବସ୍ଥାରେ ଛାତ୍ର ସଙ୍ଗଠନ ଏବିଭିପିରେ ସକ୍ରିୟ ରହିଥିଲେ। ଭାଜପାରୁ ଥରେ ଜିଲା ପରିଷଦ ସଦସ୍ୟ ରହିଥିଲେ। ୨୦୧୯ରେ ଭାଜପା ତାଙ୍କୁ ଟିକେଟ ନ ଦେବାରୁ ସେ ଦଳ ଛାଡି ବିଜେଡିରେ ଯୋଗଦେଇଥିଲେ। ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ତାଙ୍କୁ କିଛି ମାସ ତଳେ ନିଲମ୍ବନ ପରେ ବହିଷ୍କୃତ କରିଥିଲା। ୨୦୨୪ ନିର୍ବାଚନରେ ଟିକେଟ ଆଶାରେ ସେ ଭାଜପାକୁ ଫେରିଥିଲେ। ତେବେ ଦଳ ତାଙ୍କୁ ଟିକେଟ ଦେଇ ନ ଥିଲା। ଫଳରେ ସେ ନିରାଶ ହୋଇ ପ୍ରଥମେ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢିବାକୁ ମନସ୍ଥ କରିଥିବା ବେଳେ ଏବେ କଂଗ୍ରେସ ତାଙ୍କୁ ପ୍ରାର୍ଥୀ କରିଛି। ସେହିପରି ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ଲୋକ ସଭା ପ୍ରାର୍ଥୀ ପାଇଁ ବହୁଜଣ ଆଶାୟୀ ରହିଥିବା ବେଳେ ୟାସିର ନଓ୍ବାଜଙ୍କୁ କଂଗ୍ରେସ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri