ଜଟଣୀରେ ହେବ ୨୦୦ ଶଯ୍ୟାର କ୍ୟାନ୍‌ସର ହସ୍ପିଟାଲ

ଭୁବନେଶ୍ୱର, ୮।୯(ବ୍ୟୁରୋ): ଜଟଣୀସ୍ଥିତ ନାଇଜର ପରିସରରେ ଏକ କ୍ୟାନ୍‌ସର ହସ୍ପିଟାଲ ସ୍ଥାପନ କରାଯିବ। ୨୦୦ ଶଯ୍ୟା ବିଶିଷ୍ଟ ଏହି ହସ୍ପିଟାଲ ପାଇଁ ରାଜ୍ୟ ସରକାର ଓ ଟାଟା କ୍ୟାନ୍‌ସର ମେମୋରିଆଲ ସେଣ୍ଟର ମଧ୍ୟରେ ବୁଧବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ବତନ୍ତ୍ର ସଚିବ ଡା. ଅଜିତ କୁମାର ମହାନ୍ତି ଏବଂ ମୁମ୍ବାଇ ଟାଟା ମେମୋରିଆଲ ସେଣ୍ଟର ପକ୍ଷରୁ ଡା. ରାଜେନ୍ଦ୍ର ବାଦ୍ୱି ଚୁକ୍ତି ସ୍ବାକ୍ଷରିତ କରିଥିଲେ। ଏହି କ୍ୟାନ୍‌ସର ହସ୍ପିଟାଲ ପାଇଁ ମୋଟ ୬୫୦ କୋଟି ଟଙ୍କା ବ୍ୟୟ ହେବ। ଏହା ମଧ୍ୟରୁ ୪୦୦କୋଟି ଟଙ୍କା କେନ୍ଦ୍ର ସରକାରଙ୍କ ଆଣବିକ ଶକ୍ତି ମନ୍ତ୍ରଣାଳୟ ଏବଂ ୨୫୦ କୋଟି ଟଙ୍କା ଟାଟା ଟ୍ରଷ୍ଟ ଯୋଗାଇଦେବ। ରାଜ୍ୟ ସରକାର ହସ୍ପିଟାଲ ପାଇଁ ଜମି ଓ ଅନ୍ୟାନ୍ୟ ଭିତ୍ତିଭୂମି ଯୋଗାଇଦେବେ। ଏଥିସହିତ ରାଜ୍ୟ ସରକାର ରେଡିଓ ଆଇସୋଟୋପ୍ସ ନିମନ୍ତେ ଏକ ସାଇକ୍ଲୋଟ୍ରୋନ୍‌ ମେଶିନ ଯୋଗାଇଦେବେ। ପ୍ରଥମ ପର୍ଯ୍ୟାୟରେ ଏହି ହସ୍ପିଟାଲ ନିର୍ମାଣ ପାଇଁ ନାଇଜର ୧୭ ଏକର ଜମି ଦେବ। ପରେ ଏହାର ସମ୍ପ୍ରସାରଣ ପାଇଁ ରାଜ୍ୟ ସରକାର ଆଉ ୪୦ ଏକର ଜମି ଯୋଗାଇଦେବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଏହି କ୍ୟାନ୍‌ସର ହସ୍ପିଟାଲ କେବଳ ଓଡ଼ିଶାବାସୀ ନୁହନ୍ତି, ରାଜ୍ୟ ବାହାରର ରୋଗୀଙ୍କ ଚିକିତ୍ସା ଆବଶ୍ୟକତାକୁ ମଧ୍ୟ ମେଣ୍ଟାଇବ। ଏହି ହସ୍ପିଟାଲ ସ୍ଥାପନକୁ ସାକାର କରିଥିବାରୁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାର, ଟାଟା ଟ୍ରଷ୍ଟ ଓ ନାଇଜରକୁ କୃତଜ୍ଞତା ଜଣାଇଛନ୍ତି। ଏହି ପ୍ରକଳ୍ପ କେନ୍ଦ୍ର ସରକାର, ରାଜ୍ୟ ସରକାର ଓ ଘରୋଇ କ୍ଷେତ୍ର ମଧ୍ୟରେ ସମନ୍ବୟର ଏକ ଉଦାହରଣ ପାଲଟିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କାର୍ଯ୍ୟକ୍ରମରେ ୫-ଟି ସଚିବ ଭି.କେ. ପାଣ୍ଡିଆନ, ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ, ନାଇଜର ନିର୍ଦ୍ଦେଶକ ପ୍ରଫେସର ସୁଧାକର ପଣ୍ଡା ଉପସ୍ଥିତ ଥିଲେ। ଏହି ହସ୍ପିଟାଲରେ ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଲାଗୁ ହେବ। ହସ୍ପିଟାଲ ପରିସରରେ ରାଜ୍ୟ ସରକାର ଏକ ଆହାର କେନ୍ଦ୍ର ମଧ୍ୟ ଖୋଲିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?