ଅଭିନେତ୍ରୀଙ୍କଠାରୁ ୮.୨୫ ଲକ୍ଷ ଟଙ୍କା ଠକି ନେଇ ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ଭୁବନେଶ୍ୱର,୨୩ା୧୨(ସୂର୍ଯ୍ୟକାନ୍ତ ବେହେରା): ଅଭିନେତ୍ରୀଙ୍କୁ ମିଥ୍ୟା ଆଶ୍ୱାସନା ଦେବା ସହ ପ୍ରତାରଣା କରି ୮ ଲକ୍ଷରୁ ଅଧିକ ଟଙ୍କା ଠକିବା ମାମଲାରେ ଲିଙ୍ଗରାଜ ପୋଲିସ ଜଣେ ଯାତ୍ରା ପାର୍ଟିର ମାଲିକଙ୍କୁ ଗିରଫ କରିଛି। ସେ ହେଲେ ଶିବଶକ୍ତି ଲୋକନାଟ୍ୟର ମାଲିକ ତଥା କଟକ ଚାଉଳିଆଗଞ୍ଜ ଥାନାଞ୍ଚଳରେ ରହୁଥିବା ଟାଙ୍ଗୀ ଅଞ୍ଚଳର ଅମରେଶ ଚନ୍ଦ୍ର ସାହୁ। ଢେଙ୍କାନାଳର ଅଭିନେତ୍ରୀ ମନୋରମା ଦାଶଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା ରୁଜୁ କରି ଅପରେଶଙ୍କୁ ଗିରଫ କରିବା ପରେ କୋର୍ଟ ଚାଲାଣ କରିଥିଲା। ଜାମିନ ନ ମିଳିବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ଅଭିଯୋଗ ଅନୁସାରେ, ମନୋରମାଙ୍କୁ ମାସିକ ୮୦ ହଜାର ଟଙ୍କା ଦେବାକୁ ଯାତ୍ରା ପାର୍ଟି ମାଲିକ ଅମରେଶ କହିଥିଲେ। ତେଣୁ ସେ ଅନ୍ୟ ଯାତ୍ରାପାର୍ଟି ଛାଡ଼ି ଅମରେଶଙ୍କ ଯାତ୍ରା ପାର୍ଟିରେ କାମ କରିଥିଲେ। ମାତ୍ର ପରବର୍ତ୍ତୀ ସମୟରେ ଅଭିଯୁକ୍ତ ଅମରେଶ ମାସିକ ୫୦ ହଜାର ଟଙ୍କା ପ୍ରଦାନ କରିଥିଲେ। ଏପରିକି ମନୋରମା ଅଭିନୟ କରିବାର ଏକ ମାସ ପରେ ଅମରେଶ ତାଙ୍କୁ ତାଙ୍କ ପାର୍ଟିର ଅଂଶୀଦାର ହେବାକୁ ଆଶ୍ୱାସନା ଦେବା ସହ ବୁଝାଶୁଝା କରିବାକୁ କହିଥିଲେ। ଯାହା ଲାଭ ହେବ ୫୦% ପରସ୍ପର ମଧ୍ୟରେ ବାଣ୍ଟି ନେବାକୁ ପ୍ରତିଶ୍ରୁତି ଦେଇଥିଲେ। ଅଭିନେତ୍ରୀ ଜଣକ ତାଙ୍କ ପ୍ରସ୍ତାବରେ ରାଜି ହୋଇ ୫ ମାସ କାର୍ଯ୍ୟ କରିଥିଲେ। ଏହି ସମୟ ମଧ୍ୟରେ ଅମରେଶଙ୍କ କଥା ଅନୁସାରେ, ମନୋରମା ନିଜ ହାତରୁ ମଧ୍ୟ ଅନ୍ୟ କର୍ମଚାରୀଙ୍କୁ ପାରିଶ୍ରମିକ ପ୍ରଦାନ କରିଥିଲେ। ଏହାସହ ଅମରେଶ ମଧ୍ୟ ନିଜର ଆବଶ୍ୟକତା ପାଇଁ ତାଙ୍କଠାରୁ ଟଙ୍କା ଉଧାର ନେଇଥିଲେ। ହେଲେ ପରବର୍ତ୍ତୀ ସମୟରେ ପାରିଶ୍ରମିକ, ଲାଭ ଏବଂ ଉଧାର ଟଙ୍କା ବାବଦକୁ ମୋଟ ୮.୨୫ ଲକ୍ଷ ଟଙ୍କା ଫେରାଇ ନ ଥିଲେ। ତେଣୁ ବାଧ୍ୟହୋଇ ସେ ଉକ୍ତ ଯାତ୍ରା ପାର୍ଟି ଛାଡ଼ି ଦେଇଥିଲେ। ସେ ବକେୟା ଟଙ୍କା ମାଗିବାରୁ ଅଭିଯୁକ୍ତ ଅମରେଶ ତାଙ୍କୁ ଗାଳିଗୁଳଜ କରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଏନେଇ ମନୋରମା ଲିଙ୍ଗରାଜ ଥାନାରେ ଅଭିଯୋଗ କରିବାରୁ ପୋଲିସ ମାମଲା ନମ୍ବର ୨୪୮/୨୦୨୪ ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri