ସମ୍ବଲପୁରରେ ଜଣ୍ଡିସ ସ୍ଥିତି ଅନୁଧ୍ୟାନ

ସମ୍ବଲପୁର,୨୦ା୬: ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ ଆତଙ୍କ। ସହରର କୁମ୍ଭାରପଡ଼ା, ଶାଲିଆବଗିଚା ଓ ପେନସନପଡ଼ା ଅଞ୍ଚଳରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତଙ୍କ ବୟସ ୧୪ରୁ ୨୦ ବର୍ଷ ମଧ୍ୟରେ ବୋଲି ଜଣାପଡ଼ିଛି। ଏଭଳିସ୍ଥତି ଭୁବନେଶ୍ବରରୁ ଆସିଥିବା ୨ ଜଣିଆ ରାପିଡ ରେସପନ୍ସ ଟିମ୍‌ ସମ୍ବଲପୁରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏପରିକି ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ତଥ୍ୟ ସଂଗ୍ରହ କରିଛନ୍ତି। ପରେ ଟିମ୍‌ ସିଡିଏମ୍‌ଓ ଏବଂ ଅନ୍ୟ ସ୍ବାସ୍ଥ୍ୟକର୍ମୀଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡିଛି।

ସୂଚନା ଯୋଗ୍ୟ, ୨୦୧୩ରେ ସମ୍ବଲପୁରରେ ଜଣ୍ଡିସ ରୋଗରେ ୨୪ ଜଣଙ୍କ ପ୍ରାଣହାନୀ ଘଟି କୁହାଯାଉଥିବା ବେଳେ ସରକାରୀ ଭାବେ ଏହାର ସଂଖ୍ୟା ୧୭ କୁହାଯାଇଥିଲା। ଏହି ସମୟରେ ସହରର ୧ ହଜାରରୁ ଅଧିକ ଆକ୍ରାନ୍ତ ହେଇଥିଲେ। ତେବେ ବର୍ତ୍ତମାନ ସମ୍ବଲପୁରରେ ଚିହ୍ନଟ ହୋଇଥିବା ଜଣ୍ଡିସ ଆକ୍ରାନ୍ତମାନେ ଶୀତଳ ଷଷ୍ଠୀ ସମୟରେ ସଙ୍କ୍ରମିତ ହୋଇଥିବା ଅନୁମାନ କରାଯାଉଛି।

ଦୂଷିତ ପାଣି ବ୍ୟବହାର, ପାନୀୟ ଜଳରେ ଦୂଷିତ ନର୍ଦ୍ଦମାଜଳ ମିଶିବା ଆଦି କାରଣରୁ ସହରରେ ଜଣ୍ଡିସ ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଆବର୍ଜନା ଜଳ ନିଷ୍କାସନ ପାଇଁ ରହିଥିବା ନାଳ ନର୍ଦ୍ଦମାର ଉପଯୁକ୍ତ ସଫେଇ ଅଭାବ ଜଣ୍ଡିସ ବ୍ୟାପିବାର ଅନ୍ୟ ଏକ କାରଣ ବୋଲି କୁହାଯାଉଛି। ତେବେ ସହରରେ ପାନୀୟ ଜଳ ଯୋଗାଣ ହେଉଥିବା ପାଇପ ଅଧିକାଂଶ ସ୍ଥାନରେ ନାଳ ମଧ୍ୟ ଦେଇ ବିଛା ଯାଇଛି। କେତେକ ସ୍ଥାନରେ ନାଳମଧ୍ୟରେ ପାଇପଗୁଡ଼ିକ ଏଭଳି ବିଛା ଯାଇଛି ଯେ କୌଣସି ପ୍ରକାରେ ନାଳ ସଫେଇ କରିବା ସମ୍ଭବ ହୋଇ ପାରୁନାହିଁ। ଫଳରେ ପାନୀୟ ଜଳ ଯୋଗାଣ ପାଇଁ ବିଛା ଯାଇଥିବା ପାଇପ୍‌ଗୁଡ଼ିକ ବିଭିନ୍ନ ସ୍ଥାନରେ ଫାଟି ନାଳରେ ପ୍ରବାହିତ ଦୂଷିତ ଜଳ ସଂସ୍ପର୍ଶରେ ଆସି ସଂକ୍ରମିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri