କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ ଜଣ୍ଡିସ ରୋଗରେ ଆକ୍ରାନ୍ତ ହୋଇ ଜଣେ ୯ ବର୍ଷୀୟ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭଯୋଗ ହୋଇଛି। ମୃତ ଶିଶୁ ଜଣକ ହେଲେ ଅନିଲ ଧନଞ୍ଜୟ ନାଇକ। ଏପରିକି ଗାଁର ଅନେକ ଶିଶୁ ଜଣ୍ଡିସରେ ଆକ୍ରାନ୍ତ ହୋଇ ବର୍ତ୍ତମାନ ଚିକିତ୍ସାଧୀନ ଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ସାହିର ୱାର୍ଡସଭ୍ୟ ମାଗୁଣି ନାଇକଙ୍କ ୯ ବର୍ଷୀୟ ପୁଅ ଅନିଲ ପ୍ରାୟ ୨୨ ଦିନ ଧରି ଜଣ୍ଡିସରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ହେଲେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ଅପରାହ୍ନରେ ଅନିଲଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ କହିଛନ୍ତି।

ଗ୍ରାମରେ ଥିବା ନଳକୂଅର ଦୂଷିତ ପାଣି ପିଇବାରୁ ଜଣ୍ଡିସ ରୋଗ ବ୍ୟାପୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ରାଜା ନାଇକ, ଶିବାନନ୍ଦ ନାଇକଙ୍କ ସହ ଅନ୍ୟ ନାବାଳମାନେ ଜଣ୍ଡିସରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି।
ଗ୍ରାମବାସୀ କହିଛନ୍ତି ଯେ, ସରକାରଙ୍କ ପକ୍ଷରୁ ବସୁଧା ଯୋଜନା ଅଧୀନରେ ପ୍ରତ୍ୟେକ ପରିବାରକୁ ଶୁଦ୍ଧ ପିଇବା ପାଣି ଯୋଗାଇଦେବାକୁ ଘୋଷଣା ହୋଇଥିଲା। ବଞ୍ଚୋ ପଞ୍ଚାୟତର ନାଇକସାହିରେ ଏହି ଯୋଜନା ଠିକ ଭାବେ କାର୍ଯ୍ୟକାରୀ ହୋଇ ନ ଥିବାରୁ ଜନସାଧାରଣ ଦୂଷିତ ପାଣି ପିଇବାକୁ ବାଧ୍ୟ ହେଉଛନ୍ତି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ଘଟଣା ସମ୍ପର୍କରେ ଖବର ପାଇ ହାଟଡିହି ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ଉପାଧ୍ୟକ୍ଷ ରତିକାନ୍ତ ରାଉତ, ରାଜସ୍ବ ନିରୀକ୍ଷକ ଦୀପ୍ତିମୟୀ ସାହୁ, ସମାଜସେବୀ ରଶ୍ମିରଞ୍ଜନ ଜେନାଙ୍କ ସହ ଅନ୍ୟମାନେ ଗାଁରେ ପହଞ୍ଚି ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ଏପରିକି ତୁରନ୍ତ ସରକାରୀ ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ଉପାଧ୍ୟକ୍ଷ ରାଉତ ତୁରନ୍ତ ଡାକ୍ତରୀ ଦଳ ପଠାଇ ଚିକିତ୍ସା ବ୍ୟବସ୍ଥା ଆରମ୍ଭ କରିଛନ୍ତି। ଅନ୍ୟପକ୍ଷେ ଗ୍ରାମର ସମସ୍ତ ନଳକୂଅ ପାଣିକୁ ଶୁଦ୍ଧିକରଣ କରିବା ଏବଂ ବସୁଧା ଯୋଜନାକୁ ସଠିକ ଭାବେ କାର୍ଯ୍ୟକରୀ କରିବାକୁ ଗ୍ରାମବାସୀ ପ୍ରଶାସନ ନିକଟରେ ଦାବି କରିଛନ୍ତି।

ଡାକ୍ତରୀ ଦଳ ଓ ଜଳବିଭାଗ କର୍ମଚାରୀ ଗ୍ରାମରେ ପହଞ୍ଚି ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିବା ସହ ନଳକୂଅ ପାଣି ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଛନ୍ତି। ରିପୋର୍ଟ ଆସିଲେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri