ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ ବାଳକ ଅନୀଲ ଧନଞ୍ଜୟ ନାଇକଙ୍କ ମୃତ୍ୟୁ ଘଟିଥିବା ବେଳେ ଗାଁର ଅନେକ ଶିଶୁ ଚିକିତ୍ସାଧୀନ ଅଛନ୍ତି।
ସାହିର ୱାର୍ଡସଭ୍ୟ ମାଗୁଣି ନାଇକଙ୍କ ୯ ବର୍ଷୀୟ ପୁଅ ଅନୀଲ ପ୍ରାୟ ୨୨ ଦିନ ଧରି ଜଣ୍ଡିସରେ ଆକ୍ରାନ୍ତ ହୋଇ ଚିକିତ୍ସା ହେଉଥିଲେ। ଗୁରୁବାର ତାଙ୍କ ଅବସ୍ଥା ଗୁରୁତର ହେବାରୁ କଟକର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଶୁକ୍ରବାର ଅପରାହ୍ନରେ ତାଙ୍କର ମୃତ୍ୟୁ ହୋଇଛି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଗ୍ରାମରେ ଥିବା ନଳକୂଅର ଦୂଷିତ ପାଣି ପିଇ ଏହି ରୋଗ ବ୍ୟାପିଛି। ରାଜା ନାଇକ, ଶିବାନନ୍ଦ ନାଇକ ସହ ଅନ୍ୟାନ୍ୟ ନାବାଳକ ମଧ୍ୟ ଜଣ୍ଡିସରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି।

ସରକାର ପକ୍ଷରୁ ବସୁଧା ଯୋଜନା ଅଧୀନରେ ପ୍ରତ୍ୟେକ ପରିବାରକୁ ଶୁଦ୍ଧ ପାଣି ଯୋଗାଇଦେବାକୁ ଘୋଷଣା ହୋଇଥିଲା। ବଞ୍ଚୋ ପଞ୍ଚାୟତ ନାଇକସାହିରେ ସେହି ଯୋଜନା ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇ ନ ଥିବାରୁ ଲୋକମାନେ ଦୂଷିତ ପାଣି ପାନ କରିବାକୁ ବାଧ୍ୟ ହୋଇଥିଲେ। ଏହାକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଖବର ପାଇ ହାଟଡିହୀ ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ଉପାଧ୍ୟକ୍ଷ ରତିକାନ୍ତ ରାଉତ, ରାଜସ୍ବ ନିରୀକ୍ଷକ ଦୀପ୍ତିମୟୀ ସାହୁ, ସାମାଜିକ କର୍ମୀ  ଇଞ୍ଜିନିୟର ରଶ୍ମିରଞ୍ଜନ ଜେନାଙ୍କ ସହ ଅନ୍ୟମାନେ ଗ୍ରାମରେ ପହଞ୍ଚି ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ଉପାଧ୍ୟକ୍ଷ ରାଉତ ତୁରନ୍ତ ଡାକ୍ତରୀ ଦଳ ପଠାଇ ଚିକିତ୍ସା ବ୍ୟବସ୍ଥା ଜୋରଦାର କରିବା ସହ ଗ୍ରାମର ସମସ୍ତ ନଳକୂଅ ପାଣିକୁ ଶୁଦ୍ଧିକରଣ କରିବା ଓ ବସୁଧା ଯୋଜନାକୁ ଠିକ୍‌ ଭାବେ କାର୍ଯ୍ୟକାରୀ କରିବା ପାଇଁ ପ୍ରଶାସନଠାରେ ଦାବି କରିଛନ୍ତି। ଡାକ୍ତରୀ ଦଳ ଓ ପାନୀୟଜଳ ବିଭାଗ କର୍ମଚାରୀମାନେ ଗ୍ରାମରେ ପହଞ୍ଚି ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ନଳକୂଅର ପାଣି ନମୁନା ସଂଗ୍ରହ କରି ପ୍ରୟୋଗଶାଳାକୁ ପଠାଇଛନ୍ତି। ରିପୋର୍ଟ ଆସିଲେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri