ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଚଳିତ ମାସରେ ୧୦ ରୁ ୧୨ ଜଣ ଲୋକ ଜଣ୍ଡିସରେ ଆକ୍ରାନ୍ତ ହୋଇଥିବା ସୂଚନାରୁ ଜଣାପଡିଛି । ଏନେଇ ସହରାଞ୍ଚଳ ଚକିତ୍ସାଳୟକୁ ଚିକିତ୍ସା ପାଇଁ ଯାଇଥିବା ବେଳେ ସେମାନଙ୍କୁ ଭାଇରାଲ ଜ୍ବର ହୋଇଥିବା ନେଇ ଡାକ୍ତର କହିଥିଲେ । କିନ୍ତୁ ପରବର୍ତ୍ତି ସମୟରେ କିଛି ବ୍ୟକ୍ତିଙ୍କ ଆଖି ହଳଦିଆ ହେବା ସହ ଜଣ୍ଡିସର ଅନ୍ୟ ଲକ୍ଷଣ ଦେଖାଯିବାରୁ ଘରୋଇ ଡାକ୍ତରଙ୍କୁ ଦେଖାଇଥି‌ଲେ । ଘରୋଇ ଡାକ୍ତର ପାଖକୁ ଯାଇ ଚିକିତ୍ସା ପରେ ଜଣ୍ଡିସ ହୋଇଥିବା ଜଣାପଡିଥିଲା।

ସୂଚନା ମୁତାବକ ସେହି ଅଞ୍ଚଳର ଶ୍ରଦ୍ଧା ଶତପଥି (୧୯), ଦେବଜାନୀ ଗୌଡ (୧୭), ପ୍ରେମ ସାଗର (୧୧) ଜଣ୍ଡିସରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । କିଛି ଲୋକ ଚେରମୂଳୀ ଔଷଧ ଉପରେ ଭରସା କରି ଖାଇଥିବା ଜଣାପଡିଛି । ସାହି ବାସିନ୍ଦା ପ୍ରକାଶ କରିଛନ୍ତି ଯେ ଜନସ୍ବାସ୍ଥ୍ୟ ବିଭାଗ ଦ୍ବାରା ନଳ ଯୋଗେ ଜଳ ପ୍ରଦାନ କରାଯାଉଥିବା ପାଣି କିଛି ମାସ ହେଲା ଗୋଳିଆ ଆସୁଛି ଏବଂ ସେଠାକାର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ରହିଛି । ଜଣ୍ଡିସ ବ୍ୟାପିବା ନେଇ ବୁଧବାର ସ୍ବାସ୍ଥ୍ୟ ବିଭାଗ ପାଖରେ ଖବର ପହଞ୍ଚିବା ପରେ ସିଡିଏମଓ ଭି. ସରୋଜିନୀ ଦେବୀଙ୍କ ନି‌ର୍ଦେଶରେ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ଡିପିଏଚଓ) ରୁମା ମହାପାତ୍ର, ଡାକ୍ତର ଶ୍ରୀନିବାସ ସାହୁ, ଡାକ୍ତର ସଂଗ୍ରାମ କେଶରୀ ନିମାଲଙ୍କ ନେତୃତ୍ବରେ ଅପରାହ୍ନରେ ଉକ୍ତ ଅଞ୍ଚଳକୁ ସ୍ବାସ୍ଥ୍ୟ ବିଭାଗର ଟିମ ସହ ଗସ୍ତ କରିଥିଲେ । ଡାକ୍ତରୀ ଟିମ ଘରକୁ ଘର ଯାଇ ତଥ୍ୟ ସଂଗ୍ରହ କରିବା ସହ ଆକ୍ରାନ୍ତ ଘରେ ବ୍ୟବହାର କରୁଥିବା ପାଣିର ନମୁନାକୁ ସଂଗ୍ରହ କରିଥିଲେ ।

ଡିପିଏଚଓ ମହାପାତ୍ର କହିଛନ୍ତି ଯେ, ପାଣିର ପରୀକ୍ଷା ପାଇଁ ନମୁନା ସଂଗ୍ରହ ହୋଇଛି ଏବଂ ପରୀକ୍ଷଣ ପରେ ଜଣ୍ଡିସ ସଂପର୍କରେ ସୂଚନା ମିଳିବ। ତେବେ ହୋଟେଲ ଏବଂ ବାହାର ଖାଦ୍ୟରୁ ମଧ୍ୟ ଜଣ୍ଡିସ ହୋଇଥିବା ଆଶଙ୍କାକୁ ଏଡାଇ ଦିଆନଯାଇପାରେ ବୋଲି ସୂଚନା ଦେଇଛନ୍ତି । ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ଚଳିତ ବର୍ଷ ଜିଲାରେ ୨୧ ଜଣ ଜଣ୍ଡିସରେ ଆକ୍ରାନ୍ତ ହୋଇଥିବା ବେଳେ ରାୟଗଡା ସହରାଞ୍ଚଳରେ ଜଣେ ମଧ୍ୟ ଜଣ୍ଡିସରେ ଆକ୍ରାନ୍ତ ହୋଇଥିବା ସୂଚନା ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?