ସ୍ତ୍ରୀଙ୍କୁ ଆକ୍ରମଣ କରି ଯବାନ ଗିରଫ

ଆନନ୍ଦପୁର,୨୯ା୭(ସନ୍ତୋଷ ରାଉତ): ଆନନ୍ଦପୁର ପୌରପରିଷଦର ଫକୀରପୁରରେ ସ୍ତ୍ରୀଙ୍କୁ ଆକ୍ରମଣ କରିବା ପରେ ପୋଲିସକୁ ଆକ୍ରମଣ କରିବା ଅଭିଯୋଗରେ ଜଣେ ବିଏସ୍‌ଏଫ୍‌ ଯବାନ ଗିରଫ ହେବା ଘଟଣା ଚର୍ଚ୍ଚାକୁ ଆସିଛି। ଗିରଫ ଯବାନ ଫକୀରପୁର ଗ୍ରାମର ଶରତ ଚନ୍ଦ୍ର ମୁଦୁଲି। ଶୁକ୍ରବାର ରାତିରେ କୌଣସି କାରଣକୁ ନେଇ ଶରତ ଓ ତାଙ୍କ ସ୍ତ୍ରୀ ସ୍ନେହପ୍ରଭା ବାରିକଙ୍କ ସହିତ ବିବାଦ ସୃଷ୍ଟି ହୋଇଥିଲା। ପରେ ଯବାନ ତାଙ୍କ ସ୍ତ୍ରୀଙ୍କୁ ମଧ୍ୟ ମାଡ଼ମାରିଥିଲେ। ଏହି ଘଟଣାରେ ସ୍ତ୍ରୀ ସ୍ନେହପ୍ରଭା ୧୧୨କୁ କଲ୍‌ କରି ପୋଲିସର ସହାୟତା ଲୋଡ଼ିଥିଲେ। ପୋଲିସ ଭ୍ୟାନ୍‌ ଘଟଣାସ୍ଥଳରେ ପହଞ୍ଚିବା ପରେ ଯବାନ ଓ ତାଙ୍କ ପରିବାର ପକ୍ଷରୁ ପୋଲିସକୁ ମଧ୍ୟ ଆକ୍ରମଣ କରାଯାଇଥିଲା। ପୋଲିସକୁ ଆକ୍ରମଣ ଘଟଣାର ସୂଚନା ପାଇ ଆନନ୍ଦପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଆନନ୍ଦପୁର ପୋଲିସ ବି ମାଡ଼ରୁ ବର୍ତ୍ତି ନ ଥିଲା। ଏପରିକି ପରିବାର ପକ୍ଷରୁ ପୋଲିସର ଡ୍ରେସ୍‌ ଚିରିବା ଭଳି ଘଟଣା ଘଟିଥିଲା। ଏଭଳି ଘଟଣାରେ ପୋଲିସ ଯବାନ ଶରତଙ୍କୁ ଗିରଫ କରିଥିଲା। ଶନିବାର ପୋଲିସ ଯବାନଙ୍କୁ କୋର୍ଟରେ ହାଜର କରାଇବା ପରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ସ୍ଥାନାନ୍ତର କରାଯାଇଛି। ପୋଲିସକୁ ଆକ୍ରମଣ ଅଭିଯୋଗରେ କର୍ମଚାରୀ ଅମୂଲ୍ୟ ଭୋଇଙ୍କ ଅଭିଯୋଗ କ୍ରମେ ୧୬୬/୨୩ରେ ଏକ ମାମଲା ରୁଜୁ କରାଯାଇଥିବା ବେଳେ ସ୍ତ୍ରୀ ସ୍ନେହପ୍ରଭାଙ୍କ ଅଭିଯୋଗ କ୍ରମେ ୧୬୮/୨୩ରେ ଦୁଇଟି ମାମଲା ରୁଜୁ ହୋଇଥିବା ଥାନାଧିକାରୀ ଦେବକୀ ନାଇକଙ୍କ ନିକଟରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri