ଯବାନ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି,୨୬।୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଶନିବାର ଗୁଳି ବିନିମୟ ହୋଇଛି। ବହୁପରିମାଣର ବିସ୍ଫୋରକ ସାମଗ୍ରୀ ପୋଲିସ ଜବତ କରିଛି। ଖବରରୁ ଜଣାପଡିଛି, ନାରାୟଣପୁର ଜିଲା କାଡେମେଟାରୁସ୍ଥିତ ଆଇଟିବିପି ଓ ଡିଆର୍‌ଜି ଯବାନମାନେ ମାଓବାଦୀ ଦମନ ଲାଗି ମିଳିତ ଅପରେଶନ ଆରମ୍ଭ କରିଥିଲେ। ଛୋଟ ବୁରଗମ ଜଙ୍ଗଲରେ ଭୋର ସମୟରେ କୋମ୍ବିଂ ଅପରେଶନ ବେଳେ ମାଓବାଦୀମାନେ ଯବାନଙ୍କୁ ଦେଖି ପ୍ରଥମେ ଗୁଳିଚାଳନା କରିଥିଲେ। ପରେ ଯବାନମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ। ଦୀର୍ଘ ସମୟ ଧରି ଉଭୟ ପକ୍ଷଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିଲା। ଯବାନଙ୍କ ଗୁଳିର ସାମ୍‌ନା କରି ନ ପାରି ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ପରେ ତଲାସୀ କରିବାରୁ ବହୁ ପରିମାଣର ବିସ୍ଫୋରକ ଓ ମାଓବାଦୀ ସାମଗ୍ରୀ ଘଟଣା ସ୍ଥଳରୁ ମିଳିଥିଲା। ଏକ ଆଇଇଡି ବୋମା ମଧ୍ୟ ଜବତ ହୋଇଛି। ଏହି ଗୁଳି ବିନିମୟରେ କେତେଜଣ ମାଓବାଦୀ ଆହତ ହୋଇଥିବା ଅନୁମାନ କରାଯାଉଛି। ସମ୍ପୃକ୍ତ ଅଞ୍ଚଳରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri