ଯବାନ-ମାଓବାଦୀ ଗୁଳିବିନିମୟ

ଭବାନୀପାଟଣା,୨୩।୬(ସ୍ବ.ପ୍ର): କଳାହାଣ୍ଡି-କନ୍ଧମାଳ ଜିଲା ସୀମାନ୍ତ ମଦନପୁର ରାମପୁର ଥାନା ଅଧୀନ ଲୁବେନଗଡ଼ ନିକଟରେ ଥିବା ମୁଣ୍ଡାମସ୍କା ସଂରକ୍ଷିତ ଜଙ୍ଗଲରେ ଯବାନ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ଗୁଳି ବିନିମୟରେ କେହି ମୃତାହତ ହୋଇନାହାନ୍ତି। କଳାହାଣ୍ଡି ଏସ୍‌ପି ଅଭିଳାଶ ଜି ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।

ଗତ କିଛି ଦିନ ହେଲା ସମ୍ପୃକ୍ତ ଅଞ୍ଚଳରେ ମାଓବାଦୀମାନେ କ୍ୟାମ୍ପ କରି ରହୁଥିବା ନେଇ ସୂଚନା ମିଳିଥିଲା। ଏନେଇ ବୁଧବାର ରାତିରେ ଏସ୍‌ଓଜି ଏବଂ ଡିଭିଏଫ ଯବାନ ପକ୍ଷରୁ ମୁଣ୍ଡାମସ୍କା ସଂରକ୍ଷିତ ଜଙ୍ଗଲରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା।

ଗୁରୁବାର ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ହେଲେ ମାଓବାଦୀମାନେ ଏହାର ସାମ୍ନା କରି ନ ପାରି ଛତ୍ର ଭଙ୍ଗ ଦେଇଥିଲେ। ଯବାନମାନେ ସର୍ଚ୍ଚ ଅପରେସନ ବେଳେ ଏକ ମାଓବାଦୀ କ୍ୟାମ୍ପ ଠାବ କରିଥିଲେ। କ୍ୟାମ୍ପରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ କରାଯାଇଛି। ଅନ୍ୟପକ୍ଷେ ଅଞ୍ଚଳରେ କୋମ୍ବିଂ ଅପରେସନକୁ ଜୋର୍‌ଦାର କରାଯାଇଥିବା ଏସ୍‌ପି ସୂଚନା ଦେଇଛନ୍ତି। କିଛିଦିନ ତଳେ ନୂଆପଡ଼ାରେ ମାଓବାଦୀମାନେ ଏକ ବଡ଼ଧରଣର ଆକ୍ରମଣ କରିଥିଲେ। ସେହିପରି କଳାହାଣ୍ଡିରେ ମଧ୍ୟ ଏକ ବଡ଼ ଧରଣର ମାଓବାଦୀ ଆକ୍ରମଣର ଯୋଜନା କରୁଥିଲେ ବୋଲି ଏସ୍‌ପି ସୂଚନା ଦେଇଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀ ପୁନରୁଦ୍ଧାର ଦାବି: ପଞ୍ଚାୟତ ଅଫିସରେ ସରପଞ୍ଚଙ୍କୁ ତାଲା ମାରିଲେ ମହିଳା

ଭେଡ଼େନ,୨୫।୫ (ହୃଷିକେଶ ଖମାରୀ): ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଲୋକେ ଗାଧୋଇବା ଓ ପାନୀୟ ଜଳ ପାଇଁ ଡହଳ ବିକଳ ହେଉଛନ୍ତି । ବରଗଡ଼…

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

ଇରାନର ବଡ଼ ଅନୁରୋଧ ରଖିଲା ଫିଫା

ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି…

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri