ଲଭ ଲେଟର ଲେଖିବାରେ ଓସ୍ତାଦ ଥିଲେ ଜାଭେଦ ଅଖତର

ମୁମ୍ବାଇ: ବଲିଉଡର ପ୍ରସିଦ୍ଧ ଗୀତିକାର ଜାଭେଦ ଅଖତର ଆଜି ୭୭ ବର୍ଷରେ ପାଦ ରଖିଛନ୍ତି । ମଧ୍ୟପ୍ରଦେଶର ଗ୍ୱାଲିୟରେ ଜନ୍ମ ନେଇଥିବା ଜାଭେଦ ଆଜି ବଲିଉଡ ଇଣ୍ଡଷ୍ଟ୍ରିରେ ଜଣେ ନାମୀ ଗୀତିକାର । ୧୭ ଜାନୁୟାରୀ ୧୯୪୫ରେ ଜନ୍ମ ନେଇଥିବା ଜାଭେଦ ପିଲାଦିନୁ ଲେଖାଲେଖିରେ ବେଶ ପାରଙ୍ଗମ ଥିଲେ । ସ୍କୁଲରେ ପଢିବା ସମୟରେ ଅନେକ ଲୋକ ତାଙ୍କଠାରୁ ଲଭ ଲେଟର ଲେଖୁଥିବା ସେ ଏକ ସାକ୍ଷାତ୍‌କାରରେ କହିଛନ୍ତି । ଏମିତିକ ଯେଉଁମାନଙ୍କୁ ସେ ଜାଣନ୍ତି ନାହିଁ ସେମାନଙ୍କ୍ ପାଇଁ ବି ସେ ଲଭ ଲେଟର ଲେଖୁଥିଲେ । ଲଭ ଲେଟର ଲେଖିବାରେ ଜାଭେଦଙ୍କର ଖୁବ୍ ଡିମାଣ୍ଡ ଥିଲା । ପ୍ରଥମେ ବଲିଉଡରେ ଏଣ୍ଟ୍ରି କରିବାକୁ ସେ ଖୁବ୍ ଷ୍ଟ୍ରଗଲ କରିଥିଲେ । ଏହାପରେ ସଲିମ ଜାଭେଦଙ୍କ ଯୋଡି ମିଶି ଆଗକୁ ବଢିବାକୁ ଚେଷ୍ଟା କରିଥିଲେ । ପାଖାପାଖି ୨୪ଟି ଫିଲ୍ମର ସ୍କ୍ରିଟ ଲେଖିଥିଲେ ଏହି ଯୋଡି । ଏଥି ମଧ୍ୟରୁ ପ୍ରଥମ ୪ଟି ଫିଲ୍ମ ସୁପର ଫ୍ଲପ ହେବା ପରେ ବାକି ଗୁଡିକ କିନ୍ତୁ ଦର୍ଶକଙ୍କୁ ବେଶ ପସନ୍ଦ ଆସିଥିଲା । ମନୋରଞ୍ଜନ ଦୁନିଆରେ ପାଦ ଦେବା ପରେ ଫିଲ୍ମ ‘ସୀତା ଔର ଗୀତା’ ଚଳଚ୍ଚିତ୍ରରେ କାମ କରିବା ସମୟରେ ହନି ଇରନୀଙ୍କୁ ପ୍ରେମ କରି ବସିଥିଲେ ଜାଭଦେ । ଏହାପରେ ହନିଙ୍କ ସହ ସେ ସଂସାର ବି ଗଢିଥିଲେ । ହନି ପ୍ରଥମେ ଝିଅ ଜୋୟା ଓ ପରେ ପୁଅ ଫରହାନଙ୍କ ମାତା ବନିଯାଇଥିଲେ । କିନ୍ତୁ ଏହାପରେ ବଲିଉଡ ଅଭିନେତ୍ରୀ ସବାନାଙ୍କ ପ୍ରେମରେ ପଡିଥିଲେ ଜାଭେଦ । ଆଉ ଶେଷରେ ହନିଙ୍କଠାରୁ ଅଲଗା ହୋଇ ଏବେ ସବାନା ଆଜମୀଙ୍କ ସହ ଖୁସିରେ ସଂସାର କରିଛନ୍ତି ଜାଭେଦ ଖତର ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri