୪ରେ ସ୍ଥଳଭାଗ ଛୁଇଁପାରେ ‘ଜଓ୍ବାଦ’

ଭୁବନେଶ୍ୱର, ୧।୧୨(ବ୍ୟୁରୋ):ଦକ୍ଷିଣ ଥାଇଲାଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ବାୟୂମଣ୍ଡଳର ମଧ୍ୟଭାଗ ଯାଏ ବ୍ୟାପିଛି। ଆସନ୍ତା ୧୨ଘଣ୍ଟା ମଧ୍ୟରେ ଏହା ଆଣ୍ଡାମାନ ସାଗରରେ ପ୍ରବେଶ କରିବ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହିତ ଡିସେମ୍ବର ୨ ବେଳକୁ ଘନୀଭୂତ ହୋଇ ଅବପାତର ରୂପ ନେବ। ଫଳରେ ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ମଧ୍ୟ ଭାଗରେ ଏକ ବାତ୍ୟା (ଜଓ୍ବାଦ)ର ରୂପ ନେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଆହୁରି ତୀବ୍ର ହେବ। ୪ତାରିଖ ବେଳକୁ ଉତ୍ତର ଆନ୍ଧ୍ରପ୍ରଦେଶ-ଓଡ଼ିଶା ଉପକୂଳରେ ବାତ୍ୟା ପହଞ୍ଚତ୍ବା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ମଧ୍ୟ ୪ତାରିଖ ସକାଳେ ବାତ୍ୟା ସ୍ଥଳଭାଗ ଛୁଇଁବ ବୋଲି ସୂଚନା ଦେଇଛନ୍ତି।
ବାତ୍ୟା ପ୍ରଭାବରେ ୨ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ଏବଂ ତତ୍‌ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପବନ ଘଣ୍ଟା ପ୍ରତି ୫୦ରୁ ୭୦କିମି ପର୍ଯ୍ୟନ୍ତ ବହିବାର ସମ୍ଭାବନା ରହିଛି। ୩ ତାରିଖ ଭୋର ପରଠାରୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣି ପବନ ବୃଦ୍ଧି ପାଇ ଘଣ୍ଟା ପ୍ରତି ୬୫ରୁ ୭୫ କି.ମି. ତଥା ଝଟକା ପବନ ୮୫କିମି ବେଗରେ ବହିବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଆହୁରି ବୃଦ୍ଧି ପାଇଁ ୪ ତାରିଖ ସକାଳୁ ପରବର୍ତ୍ତୀ ୨୪ଘଣ୍ଟା ଯାଏ ଉତ୍ତର-ପଶ୍ଚିମ ତତ୍‌ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟା ପ୍ରତି ୯୦ରୁ ୧୦୦କିମି ତଥା ଝଟକା ପବନ ୧୧୦ ପର୍ଯ୍ୟନ୍ତ ବହିପାରେ। ତେବେ ଉତ୍ତର ଆନ୍ଧ୍ରପ୍ରଦେଶ ତଥା ଓଡ଼ିଶା ଉପକୂଳରେ ୩ ତାରିଖ ମଧ୍ୟରାତ୍ରୀରୁ ପବନର ଘଣ୍ଟା ପ୍ରତି ବେଗ ୪୫ରୁ ୫୫କିମି ସର୍ବାଧିକ ୬୫କିମି ହୋଇପାରେ। ପବନ ଧୀରେ ଧୀରେ ବୃଦ୍ଧି ପାଇ ୪ ତାରିଖ ଅପରାହ୍ନଠାରୁ ପରବର୍ତ୍ତୀ ୧୨ଘଣ୍ଟା ପର୍ଯ୍ୟନ୍ତ ଘଣ୍ଟା ପ୍ରତି ୭୦ରୁ ୮୦କିମି ଏବଂ ସର୍ବାଧିକ ୯୦କିମି ବହିପାରେ ବୋଲି ପାଣିିପାଗ ବିଭାଗ କହିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ତଥ୍ୟ ଅନୁଯାୟୀ, ୩ରୁ ୫ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ୩ରେ ଗଜପତି, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁରକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ୪ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ତେବେ ଗଞ୍ଜାମ, ପୁରୀ, ଜଗତସିଂହପୁରର କିଛି ଜାଗାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ସେହିପରି ୫ ତାରିଖରେ ୯ ଜିଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ସେହି ଜିଲାଗୁଡ଼ିକ ହେଲା ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ। ଏ ସବୁ ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି।
ଅନ୍ୟପକ୍ଷରେ ସମ୍ଭାବ୍ୟ ବାତ୍ୟା ପାଇଁ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ସମସ୍ତ ଜିଲାପାଳଙ୍କୁ ସତର୍କ ସୂଚନା ଜାରି କରିଛନ୍ତି। ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ସେ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅରେଞ୍ଜ, ୟେଲୋ ୱାର୍ନିଂ ଥିବା ଜିଲା ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ କହିଛନ୍ତି। ଜଳବନ୍ଦୀ, ବନ୍ୟା ଭଳି ସ୍ଥିତି ଓ ଭୂସ୍ଖଳନ ହେବା ନେଇ ସତର୍କ ସୂଚନା ଜାରି କରିଛନ୍ତି। ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଚାଲୁ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ପରିପକ୍ୱ ଧାନ ଫସଲର ସମ୍ପୂର୍ଣ୍ଣ ଅମଳ କରି ନିଆଯିବା ସହିତ ଅମଳ ଧାନକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବାକୁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି। ୩ ତାରିଖ ରାତିରୁ ସମୁଦ୍ର ଭୀଷଣ ଅଶାନ୍ତ ହେବାକୁ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଫେରି ଆସିବାକୁ କୁହାଯାଇଛି। ମତ୍ସ୍ୟଜୀବୀଙ୍କୁ ଦିଆଯାଇଥିବା ପରାମର୍ଶ କଡ଼ାକଡ଼ି ପାଳନ ପାଇଁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri