୪ରେ ସ୍ଥଳଭାଗ ଛୁଇଁପାରେ ‘ଜଓ୍ବାଦ’

ଭୁବନେଶ୍ୱର, ୧।୧୨(ବ୍ୟୁରୋ):ଦକ୍ଷିଣ ଥାଇଲାଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ବାୟୂମଣ୍ଡଳର ମଧ୍ୟଭାଗ ଯାଏ ବ୍ୟାପିଛି। ଆସନ୍ତା ୧୨ଘଣ୍ଟା ମଧ୍ୟରେ ଏହା ଆଣ୍ଡାମାନ ସାଗରରେ ପ୍ରବେଶ କରିବ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହିତ ଡିସେମ୍ବର ୨ ବେଳକୁ ଘନୀଭୂତ ହୋଇ ଅବପାତର ରୂପ ନେବ। ଫଳରେ ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ମଧ୍ୟ ଭାଗରେ ଏକ ବାତ୍ୟା (ଜଓ୍ବାଦ)ର ରୂପ ନେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଆହୁରି ତୀବ୍ର ହେବ। ୪ତାରିଖ ବେଳକୁ ଉତ୍ତର ଆନ୍ଧ୍ରପ୍ରଦେଶ-ଓଡ଼ିଶା ଉପକୂଳରେ ବାତ୍ୟା ପହଞ୍ଚତ୍ବା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ମଧ୍ୟ ୪ତାରିଖ ସକାଳେ ବାତ୍ୟା ସ୍ଥଳଭାଗ ଛୁଇଁବ ବୋଲି ସୂଚନା ଦେଇଛନ୍ତି।
ବାତ୍ୟା ପ୍ରଭାବରେ ୨ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ଏବଂ ତତ୍‌ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପବନ ଘଣ୍ଟା ପ୍ରତି ୫୦ରୁ ୭୦କିମି ପର୍ଯ୍ୟନ୍ତ ବହିବାର ସମ୍ଭାବନା ରହିଛି। ୩ ତାରିଖ ଭୋର ପରଠାରୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣି ପବନ ବୃଦ୍ଧି ପାଇ ଘଣ୍ଟା ପ୍ରତି ୬୫ରୁ ୭୫ କି.ମି. ତଥା ଝଟକା ପବନ ୮୫କିମି ବେଗରେ ବହିବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଆହୁରି ବୃଦ୍ଧି ପାଇଁ ୪ ତାରିଖ ସକାଳୁ ପରବର୍ତ୍ତୀ ୨୪ଘଣ୍ଟା ଯାଏ ଉତ୍ତର-ପଶ୍ଚିମ ତତ୍‌ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟା ପ୍ରତି ୯୦ରୁ ୧୦୦କିମି ତଥା ଝଟକା ପବନ ୧୧୦ ପର୍ଯ୍ୟନ୍ତ ବହିପାରେ। ତେବେ ଉତ୍ତର ଆନ୍ଧ୍ରପ୍ରଦେଶ ତଥା ଓଡ଼ିଶା ଉପକୂଳରେ ୩ ତାରିଖ ମଧ୍ୟରାତ୍ରୀରୁ ପବନର ଘଣ୍ଟା ପ୍ରତି ବେଗ ୪୫ରୁ ୫୫କିମି ସର୍ବାଧିକ ୬୫କିମି ହୋଇପାରେ। ପବନ ଧୀରେ ଧୀରେ ବୃଦ୍ଧି ପାଇ ୪ ତାରିଖ ଅପରାହ୍ନଠାରୁ ପରବର୍ତ୍ତୀ ୧୨ଘଣ୍ଟା ପର୍ଯ୍ୟନ୍ତ ଘଣ୍ଟା ପ୍ରତି ୭୦ରୁ ୮୦କିମି ଏବଂ ସର୍ବାଧିକ ୯୦କିମି ବହିପାରେ ବୋଲି ପାଣିିପାଗ ବିଭାଗ କହିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ତଥ୍ୟ ଅନୁଯାୟୀ, ୩ରୁ ୫ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ୩ରେ ଗଜପତି, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁରକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ୪ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ତେବେ ଗଞ୍ଜାମ, ପୁରୀ, ଜଗତସିଂହପୁରର କିଛି ଜାଗାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ସେହିପରି ୫ ତାରିଖରେ ୯ ଜିଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ସେହି ଜିଲାଗୁଡ଼ିକ ହେଲା ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ। ଏ ସବୁ ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି।
ଅନ୍ୟପକ୍ଷରେ ସମ୍ଭାବ୍ୟ ବାତ୍ୟା ପାଇଁ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ସମସ୍ତ ଜିଲାପାଳଙ୍କୁ ସତର୍କ ସୂଚନା ଜାରି କରିଛନ୍ତି। ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ସେ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅରେଞ୍ଜ, ୟେଲୋ ୱାର୍ନିଂ ଥିବା ଜିଲା ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ କହିଛନ୍ତି। ଜଳବନ୍ଦୀ, ବନ୍ୟା ଭଳି ସ୍ଥିତି ଓ ଭୂସ୍ଖଳନ ହେବା ନେଇ ସତର୍କ ସୂଚନା ଜାରି କରିଛନ୍ତି। ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଚାଲୁ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ପରିପକ୍ୱ ଧାନ ଫସଲର ସମ୍ପୂର୍ଣ୍ଣ ଅମଳ କରି ନିଆଯିବା ସହିତ ଅମଳ ଧାନକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବାକୁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି। ୩ ତାରିଖ ରାତିରୁ ସମୁଦ୍ର ଭୀଷଣ ଅଶାନ୍ତ ହେବାକୁ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଫେରି ଆସିବାକୁ କୁହାଯାଇଛି। ମତ୍ସ୍ୟଜୀବୀଙ୍କୁ ଦିଆଯାଇଥିବା ପରାମର୍ଶ କଡ଼ାକଡ଼ି ପାଳନ ପାଇଁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?