Posted inଜାତୀୟ

ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି, ଶାନ୍ତି ବନ ପହଞ୍ଚିଲେ ରାହୁଲ ଗାନ୍ଧୀ, ଖର୍ଗେ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କର ଶନିବାର ଅର୍ଥାତ୍‌ ୨୭ମେ’ରେ ପାଳନ ହେଉଛି ୫୯ ତମ ଶ୍ରାଦ୍ଧ ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀଙ୍କୁ ମନେପକାଇବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୋଦି ଟୁଇଟ କରି ଲେଖିଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ପୂର୍ଣ୍ଣତିଥିରେ ମୁଁ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛି।
କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେ ପୂର୍ବତନ ପ୍ରଧାନମନ୍ତ୍ରୀ ନେହେରୁଙ୍କ ଶ୍ରାଦ୍ଧ ଦିବସରେ ତାଙ୍କ ସମାଧି ସ୍ଥଳ ଶାନ୍ତି ବନ ଯାଇ ସେଠାରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସାରା ଦେଶରେ ନେହେରୁଙ୍କ ଶ୍ରାଦ୍ଧଦିବସ ପାଳନ କରିବାକୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଜବାହରଲାଲ ନେହେରୁଙ୍କର ଠିକ୍‌ ଆଜିର ଦିନରେ ୭୪ ବର୍ଷ ବୟସରେ ପରଲୋକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri