ଡେଙ୍ଗୁରେ ଯବାନଙ୍କ ମୃତ୍ୟୁ

ଗୋପାଳପୁର,୯ା୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ କଇଠାପଲ୍ଳୀ ଗ୍ରାମର ଯବାନ ନବକୃଷ୍ଣ ନାୟକ (୨୬) ଡେଙ୍ଗୁ ଜ୍ୱରରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। ବୁଧବାର ନବକୃଷ୍ଣଙ୍କୁ ଜ୍ୱର ହୋଇଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଡ଼େଙ୍ଗୁ ହୋଇଥିବା ଡ଼ାକ୍ତର ଚିହ୍ନଟ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି। ତାଙ୍କ ମୃତ୍ୟୁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ନବକୃଷ୍ଣ ଅମର ରହେ ନାରାରେ ଗାଁ ଦାଣ୍ଡ ଫାଟିପଡ଼ିଥିଲା। ଗୋପାଳପୁର ମିଲିଟାରୀ ଷ୍ଟେସନରୁ ସୁବେଦାର ଉଦ୍ଧାମ ସିଂଙ୍କ ନେତୃତ୍ୱରେ ଯବାନଙ୍କ ଟିମ ଗ୍ରାମରେ ପହଞ୍ଚି ନବକୃଷ୍ଣଙ୍କୁ ତୋପ ସଲାମି ଦେଇଥିଲେ। ଗତ ୬ ବର୍ଷ ହେଲା ନବକୃଷ୍ଣ ସେନାବାହିନୀରେ ଯୋଗଦେଇଥିଲେ। ଅଗଷ୍ଟରେ ସେ ଗ୍ରାମକୁ ଆସିଥିଲେ। ଗଞ୍ଜାମ ଜିଲାରେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇବା ପ୍ରଥମ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri