ଦେଶସେବା ପାଇଁ ସ୍ତ୍ରୀଙ୍କୁ ହସ୍ପିଟାଲରେ ଛାଡ଼ି ପଳାଇଥିଲେ ଯବାନ ସ୍ବାମୀ: ଶେଷରେ ଆଖି ବୁଜିଲେ ଜଶ୍ମିନ

ସମ୍ବଲପୁର, ୧୩।୫(ପ୍ରମୋଦ ବହିଦାର): ଦେଶ ମାତୃକାରେ ସୁରକ୍ଷା ପାଇଁ ସୀମାରେ ନିୟୋଜିତ ଜଣେ ଯବାନଙ୍କ ସ୍ତ୍ରୀ ବୁର୍ଲା ଭିମସାରରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି। ଦୀର୍ଘ ୧୫ ଦିନ ଧରି ଜୀବନ ସହ ସଂଗ୍ରାମରେ ହାରି ଯାଇ ଯବାନ ଦେବରାଜ ଗଣ୍ଡଙ୍କ ସ୍ତ୍ରୀ ଜଶ୍ମିନ(ଲିପି) ମଙ୍ଗଳବାର ଭୋର ୨ଟା ସମୟରେ ଆଖି ବୁଜିଛନ୍ତି। ସେ ତାଙ୍କ ଜନ୍ମିତ ଶିଶୁକନ୍ୟାକୁ ଛାଡ଼ି ଯାଇଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ବୁଝିବା ପାଇଁ ମଙ୍ଗଳବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଭିମସାର ଯିବାର ଥିଲା। ମାତ୍ର ଏହା ପୂର୍ବରୁ ଜଶ୍ମିନ ଆଖି ବୁଜିଛନ୍ତି।

ଝାରସୁଗୁଡା ଜିଲ୍ଲାର ଲଖନପୁର ବ୍ଲକର ସୁନ୍ଦରଗଡ ସୀମାବର୍ତ୍ତୀ ଟେଙ୍ଗନାମାଲ ଗାଁର ସୀମା ସୁରକ୍ଷା ବଳ (ଏସଏସବି)ରେ କାର୍ଯ୍ୟରତ ଯବାନ ଦେବରାଜ ଗଣ୍ଡଙ୍କ ସ୍ତ୍ରୀ ଜଶ୍ମିନ ଗତ ଅପ୍ରେଲ ୨୮ରେ ଝାରସୁଗୁଡ଼ା ମୁଖ୍ୟ ଚିକିତ୍ସାଳୟରେ ଏକ ଶିଶୁକନ୍ୟାଙ୍କୁ ଜନ୍ମ ଦେଇଥିଲେ। ଅସ୍ତ୍ରୋପଚାର ମାଧ୍ୟମରେ ଶିଶୁକନ୍ୟାକୁ ଜନ୍ମ ଦେବାପରେ ହଠାତ ସେ ଗୁରୁତର ଅସୁସ୍ଥ ହୋଇ ସଂଜ୍ଞାହୀନ ହୋଇ ପଡ଼ିଥିଲେ। ତେଣୁ ଡାକ୍ତରଙ୍କ ପରାମର୍ଶ କ୍ରମେ ଅପ୍ରେଲ ୨୯ ତାରିଖରେ ତୁରନ୍ତ ତାଙ୍କୁ ବୁର୍ଲାର ଭିମସାର ସ୍ଥାନାନ୍ତରିତ କରାଯାଇ ଆଇସିୟୁରେ ଭର୍ତ୍ତି କରା ଯାଇଥିଲା।

ସୂଚନାଯୋଗ୍ୟ ଯେ, ସୀମାରୁ ଡାକରା ପାଇ ପ୍ରସୂତି ସ୍ତ୍ରୀଙ୍କୁ ରୋଗ ଶଯ୍ୟାରେ ଛାଡ଼ି କର୍ତ୍ତବ୍ୟନିଷ୍ଠ ଯବାନ ଦେବରାଜ ଗଣ୍ଡ ଗତ ଦେଶମାତୃକାର ସୁରକ୍ଷା ପାଇଁ କାର୍ଯ୍ୟରେ ଯୋଗ ଦେବାକୁ ତୁରନ୍ତ ଅରୁଣାଞ୍ଚଳ ପ୍ରଦେଶ ଯାଇଥିଲେ। ଉକ୍ତଦିନ ଭିମସାର ରକ୍ତ ଭଣ୍ଡାରରେ ରକ୍ତ ନ ଥିବାରୁ ଲିପିଙ୍କ ଚିକିତ୍ସା ପାଇଁ ଆବଶ୍ୟକ ରକ୍ତ ଯୋଗାଡ଼ ପାଇଁ ଯବାନଙ୍କ ପରିବାରଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ପରେ କେତେକ ସ୍ବେଚ୍ଛାସେବୀ ତାଙ୍କ ପାଇଁ ରକ୍ତଦାନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri