ଯବାନ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ନିହତ

ନୂଆପଡ଼ା,୪ା୧ (ମକାରୁ ବେମାଲ): ନୂଆପଡ଼ା-ଛତିଶଗଡ଼ ସୀମାନ୍ତରେ ଗୁରୁବାର ଓ ଶୁକ୍ରବାର ଓଡ଼ିଶା ଓ ଛତିଶଗଡ ଯବାନଙ୍କ ମିଳିତ ଅପରେଶନ ସମୟରେ ମାଓବାଦୀ ସହ ଗୁଳି ବିନିମୟ ହୋଇଥିଲା। ଏହି ସମୟରେ ଜଣେ ମାଓବାଦୀ ନିହତ ହୋଇଥିଲେ। ଶନିବାର କୋମ୍ବିଂ ଅପରେଶନ ସମୟରେ ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ସହ ନିହତ ମାଓବାଦୀଙ୍କ ରୋଶନଙ୍କ ମୃତଦେହ ଜବତ ହୋଇଛି ବୋଲି ନୂଆପଡା ଜିଲା ଆରକ୍ଷୀ ଅଧୀକ୍ଷକ ଗୁନ୍ଦାଳା ରେଡ୍ଡୀ ରାଘବେନ୍ଦ୍ର ସୂଚନା ଦେଇଛନ୍ତି।

ସୂଚନା ମୁତାବକ ନୂଆପଡା-ଛତିଶଗଡ ସୀମାନ୍ତରେ ମାଓବାଦୀ ଦମନ ଯୋଜନା ଜାରି ରହିଛି ା ଛତିଶଗଡ଼ ଗରିଆବନ୍ଧ ଜିଲା ଇନ୍ଦାଗାଁ ଥାନା କାଣ୍ଡସର ଗାଁ ଜଙ୍ଗଲରେ ମାଓବାଦୀ ଉପସ୍ଥିତି ଜାହିର କରିଥିବା ଗୋଇନ୍ଦା ସୂତ୍ରରୁ ଖବର ପାଇ ଅପରେଶନ ଜାରି ରହିଛି। ଏଥିରେ ଇ-୩୦ ଗରିଆବନ୍ଧ,ଏସ୍‌ଓଜି ନୂଆପଡ଼ା (ଓଡିଶା) ଓ ସିଆର୍‌ପିଏଫ୍‌ ୬୫ ଓ ୨୧୧ ବାଟାଲିୟନ ଗରିଆବନ୍ଧ, ଡିଆରଜି ଧନତରୀ, ୨୦୭ କୋବ୍ରା ବାଟାଲିୟନ ସାମିଲ ହୋଇ ମାଓବାଦୀଙ୍କୁ ପାଲଟା ଜବାବ ଦେବାରୁ ଛତ୍ରଭଙ୍ଗ ଦେଇଥିଲେ। ସେଠାରେ ଠାବ ହୋଇଥିବା ମାଓବାଦୀ କ୍ୟାମ୍ପରୁ ୨ଟି ବିଜିଏଲ୍‌ ଲଞ୍ଚର, ୨ଟି ୩୧୫ ବୋର ରାଇଫଲ, ୪ଟି ହତିଆର ଓ ବିଭିନ୍ନ ମାଓବାଦୀ ସାମଗ୍ରୀ ଜବତ କରାଯାଇଛି। ଉଦ୍ଧାର ସାମଗ୍ରୀକୁ ଗରିଆବନ୍ଧ ଜିଲା ମୁଖ୍ୟାଳୟକୁ ଅଣାଯାଇଥିବା ଏସ୍‌ପି ରାଘବେନ୍ଦ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri