Posted inଖେଳ

କ୍ଷତିପୂରଣ ପାଇଁ ଇସିବିକୁ ଏଭଳି ପ୍ରସ୍ତାବ ଦେଲା ବିସିସିଆଇ

ମାଞ୍ଚେଷ୍ଟର,୧୩।୯: ଆଗାମୀ ବର୍ଷ ଜୁଲାଇରେ ଭାରତୀୟ ଦଳ ଇଂଲଣ୍ଡ ଗସ୍ତ କରି ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଖେଳିବାର ଅଛି। ସେହି ସିରିଜ୍‌ରେ ଅତିରିକ୍ତ ୨ଟି ଟି୨୦ ମ୍ୟାଚ୍‌ ଖେଳିବାକୁ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)କୁ ଏକ ପ୍ରସ୍ତାବ ଦେଇଛି ବିସିସିଆଇ। ଏ ନେଇ ବିସିସିଆଇ ପକ୍ଷରୁ ସୋମବାର ସ୍ପଷ୍ଟ କରାଯାଇଛି।

ବାତିଲ ହୋଇଥିବା ୫ମ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ର ବନ୍ଧୁତ୍ୱପୂର୍ଣ୍ଣ ଫଳାଫଳ ପାଇଁ ଇସିବିକୁ ଉକ୍ତ ପ୍ରସ୍ତାବ ଦିଆଯାଇଥିବା ବିସିସିଆଇ ସମ୍ପାଦକ ଜୟ ଶାହ କହିଛନ୍ତି। ଇଂଲଣ୍ଡ ସହ ଅତିରିକ୍ତ ଦୁଇଟି ଟି୨୦ ମ୍ୟାଚ୍‌ ଖେଳିବାକୁ ବିସିସିଆଇ ରାଜି। ଯଦ୍ଦ୍ବାରା ମାଞ୍ଚେଷ୍ଟର ଟେଷ୍ଟ ବାତିଲ ହେବା ଯୋଗୁ ଇସିବି ସହିଥିବା କ୍ଷୟକ୍ଷତିର ପୂରଣ ହୋଇପାରିବ। ଓଲ୍ଡ ଟ୍ରାଫର୍ଡ ଟେଷ୍ଟ ବାତିଲ ହେବା ପରେ ବିସିସିଆଇଠାରୁ ଫରଫିଟ୍‌ ଦାବି କରିଥିଲା ଇସିବି।

ଆଗାମୀ ବର୍ଷ ଜୁଲାଇରେ ଇଂଲଣ୍ଡରେ ୩ ଟି୨୦ ମ୍ୟାଚ୍‌ ପରିବର୍ତ୍ତେ ଭାରତ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଖେଳିବାକୁ ଆମେ ପ୍ରସ୍ତାବ ଦେଇଛୁ। ବିକଳ୍ପ ଭାବେ ଆମେ ଏକମାତ୍ର ଟେଷ୍ଟ ମ୍ୟାଚ୍‌ ଖେଳିବାକୁ ଇଚ୍ଛୁକ। ଏବେ ସେମାନଙ୍କ ଉପରେ ସବୁ କିଛି ନିର୍ଭର କରେ ବୋଲି ଶାହ କହିଛନ୍ତି।

କିଛି ରିପୋର୍ଟ ଅନୁଯାୟୀ, ୫ମ ଟେଷ୍ଟର ଫଳାଫଳ ନିର୍ଣ୍ଣୟ କରିବା ପାଇଁ ଆଇସିସିର ଡିଆର୍‌ସି (ବିବାଦର ସମାଧାନକାରୀ କମିଟି) ନିକଟରେ ଇସିବି ଦ୍ୱାରସ୍ତ ହୋଇଛି। କମିଟି ନିକଟରେ ବାତିଲ ହୋଇଥିବା ଟେଷ୍ଟକୁ ଫରଫିଟ୍‌ ଭାବେ ଗଣନା କରିବାକୁ ଦାବି କରିଛି ଇଂଲିଶ ବୋର୍ଡ। ତେବେ ଇସିବି ତା’ର ଦାବିରୁ ଓହରିଲା ପରେ ହିଁ ଅତିରିକ୍ତ ମ୍ୟାଚ୍‌ ଖେଳାଯିବ ବୋଲି ଶାହ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri