Posted inଖେଳ

କ୍ଷତିପୂରଣ ପାଇଁ ଇସିବିକୁ ଏଭଳି ପ୍ରସ୍ତାବ ଦେଲା ବିସିସିଆଇ

ମାଞ୍ଚେଷ୍ଟର,୧୩।୯: ଆଗାମୀ ବର୍ଷ ଜୁଲାଇରେ ଭାରତୀୟ ଦଳ ଇଂଲଣ୍ଡ ଗସ୍ତ କରି ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଖେଳିବାର ଅଛି। ସେହି ସିରିଜ୍‌ରେ ଅତିରିକ୍ତ ୨ଟି ଟି୨୦ ମ୍ୟାଚ୍‌ ଖେଳିବାକୁ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)କୁ ଏକ ପ୍ରସ୍ତାବ ଦେଇଛି ବିସିସିଆଇ। ଏ ନେଇ ବିସିସିଆଇ ପକ୍ଷରୁ ସୋମବାର ସ୍ପଷ୍ଟ କରାଯାଇଛି।

ବାତିଲ ହୋଇଥିବା ୫ମ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ର ବନ୍ଧୁତ୍ୱପୂର୍ଣ୍ଣ ଫଳାଫଳ ପାଇଁ ଇସିବିକୁ ଉକ୍ତ ପ୍ରସ୍ତାବ ଦିଆଯାଇଥିବା ବିସିସିଆଇ ସମ୍ପାଦକ ଜୟ ଶାହ କହିଛନ୍ତି। ଇଂଲଣ୍ଡ ସହ ଅତିରିକ୍ତ ଦୁଇଟି ଟି୨୦ ମ୍ୟାଚ୍‌ ଖେଳିବାକୁ ବିସିସିଆଇ ରାଜି। ଯଦ୍ଦ୍ବାରା ମାଞ୍ଚେଷ୍ଟର ଟେଷ୍ଟ ବାତିଲ ହେବା ଯୋଗୁ ଇସିବି ସହିଥିବା କ୍ଷୟକ୍ଷତିର ପୂରଣ ହୋଇପାରିବ। ଓଲ୍ଡ ଟ୍ରାଫର୍ଡ ଟେଷ୍ଟ ବାତିଲ ହେବା ପରେ ବିସିସିଆଇଠାରୁ ଫରଫିଟ୍‌ ଦାବି କରିଥିଲା ଇସିବି।

ଆଗାମୀ ବର୍ଷ ଜୁଲାଇରେ ଇଂଲଣ୍ଡରେ ୩ ଟି୨୦ ମ୍ୟାଚ୍‌ ପରିବର୍ତ୍ତେ ଭାରତ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଖେଳିବାକୁ ଆମେ ପ୍ରସ୍ତାବ ଦେଇଛୁ। ବିକଳ୍ପ ଭାବେ ଆମେ ଏକମାତ୍ର ଟେଷ୍ଟ ମ୍ୟାଚ୍‌ ଖେଳିବାକୁ ଇଚ୍ଛୁକ। ଏବେ ସେମାନଙ୍କ ଉପରେ ସବୁ କିଛି ନିର୍ଭର କରେ ବୋଲି ଶାହ କହିଛନ୍ତି।

କିଛି ରିପୋର୍ଟ ଅନୁଯାୟୀ, ୫ମ ଟେଷ୍ଟର ଫଳାଫଳ ନିର୍ଣ୍ଣୟ କରିବା ପାଇଁ ଆଇସିସିର ଡିଆର୍‌ସି (ବିବାଦର ସମାଧାନକାରୀ କମିଟି) ନିକଟରେ ଇସିବି ଦ୍ୱାରସ୍ତ ହୋଇଛି। କମିଟି ନିକଟରେ ବାତିଲ ହୋଇଥିବା ଟେଷ୍ଟକୁ ଫରଫିଟ୍‌ ଭାବେ ଗଣନା କରିବାକୁ ଦାବି କରିଛି ଇଂଲିଶ ବୋର୍ଡ। ତେବେ ଇସିବି ତା’ର ଦାବିରୁ ଓହରିଲା ପରେ ହିଁ ଅତିରିକ୍ତ ମ୍ୟାଚ୍‌ ଖେଳାଯିବ ବୋଲି ଶାହ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri