Posted inଖେଳ

ନିର୍ଦ୍ବନ୍ଦରେ ଆଇସିସି ଅଧ୍ୟକ୍ଷ ନିର୍ବାଚିତ ହେଲେ ଜୟ ଶାହା

ନୂଆଦିଲ୍ଲୀ,୨୭।୮: ଭାରତୀୟ କ୍ରିକେଟ୍ ବୋର୍ଡ (ବିସିସିଆଇ) ସଚିବ ଜୟ ଶାହା ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ର ନୂତନ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି। ୩୫ ବର୍ଷ ବୟସରେ ଆଇସିସିର ସର୍ବକନିଷ୍ଠ ଚେୟରମ୍ୟାନ୍‌ ହେବାର ରେକର୍ଡ କରିଛନ୍ତି। କ୍ରିକେଟର ଏହି ସର୍ବୋଚ୍ଚ ପଦରେ ଅବସ୍ଥାପିତ ହେବାରେ ଶାହା ପଞ୍ଚମ ଭାରତୀୟ ପାଲଟିଛନ୍ତି। ପୂର୍ବରୁ ଜଗମୋହନ ଡାଲମିୟା, ଶରଦ ପାଓ୍ବାର, ଏନ୍‌ ଶ୍ରୀନିବାସନ୍‌ ଓ ଶଶାଙ୍କ ମନୋହର ଯୋଶୀ ଆଇସିସିର ମୁଖ୍ୟ ଭାବରେ କାର୍ଯ୍ୟ କରିସାରିଛନ୍ତି।

ବର୍ତ୍ତମାନର ଆଇସିସି ଚେୟାରମ୍ୟାନ୍‌ ରହିଥିବା ନ୍ୟୁଜିଲାଣ୍ଡର ଗ୍ରେଗ୍‌ ବାର୍କଲେ ତୃତୀୟ ଥର ସଭାପତି ଦୌଡରୁ ଓହରିବା ପରେ ଏକମାତ୍ର ପ୍ରତ୍ୟାଶୀ ଭାବରେ ଶାହା ନାମାଙ୍କନ ଦାଖଲ କରିଥିଲେ। ନଭେମ୍ବର ୩୦ ତାରିଖରେ ବାର୍କଲେଙ୍କ କାର୍ଯ୍ୟକାଳର ଅନ୍ତିମ ଦିନ ହୋଇଥିବାରୁ ଡିସେମ୍ବର ୧ ତାରିଖରେ ଶାହା ନୂତନ ଦାୟିତ୍ୱ ଗ୍ରହଣ କରିବେ। ୨୦୧୯ରେ ପ୍ରଥମ ଥର ବିସିସିଆଇ ସମ୍ପାଦକ ହୋଇଥିବା ଶାହା ଜାନୁଆରୀ ୨୦୨୧ରେ ଏସିଆନ କ୍ରିକେଟ କାଉନ୍‌ସିଲର ମୁଖ୍ୟ ଭାବରେ କାର୍ଯ୍ୟ କରୁଛନ୍ତି।

ନିର୍ବାଚିତ ହେବା ପରେ ଶାହା ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ କ୍ରିକେଟକୁ ବିଶ୍ୱସ୍ତରରେ ପ୍ରସିଦ୍ଧ କରିବା ତାଙ୍କର ଲକ୍ଷ୍ୟ ବୋଲି କହିଛନ୍ତି। ଆସନ୍ତା ଲସ୍‌ ଏଞ୍ଜେଲ୍ସ ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରାଯାଇଥିବା ବେଳେ ଏହା ଲଞ୍ଚପ୍ୟାଡ ଭଳି କାର୍ଯ୍ୟ କରିବ ବୋଲି ସେ କହିଛନ୍ତି। ଆଇସିସିର ଟିମ ଓ ସଦସ୍ୟ ରାଷ୍ଟ୍ର ମାନଙ୍କ ସହ ମିଳିତ ଭାବରେ ସେ କ୍ରିକେଟକୁ ଏକ ଗ୍ଲୋବାଲ ସ୍ପୋଟର୍‌ସରେ ପରିଣତ କରିବେ ବୋଲି କହିଛନ୍ତି ଶାହା। କ୍ରିକେଟରେ ଏକାଧିକ ଫର୍ମାଟ ମଧ୍ୟରେ ସମନ୍ବୟ ଓ ନୂତନ ବୈଷୟିକ କୌଶଳର ବ୍ୟବହାର ଉପରେ ମଧ୍ୟ ସେ ଗୁରୁତ୍ୱ ଦେବେ ବୋଲି ଶାହା କହିଛନ୍ତି। ଆସନ୍ତା ଲସ୍‌ ଏଞ୍ଜେଲ୍ସ ଗେମ୍‌ କ୍ରିକେଟ୍‌କୁ ବିଶ୍ୱର ଘରେ ଘରେ ଲୋକପ୍ରିୟ କରିବା ନେଇ ସେ ଆଶା କରୁଥିବା କହିଛନ୍ତି ଶାହା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri