Posted inଖେଳ

କେବଳ ଏହି ସର୍ତ୍ତରେ ମେଣ୍ଟର ହେବାକୁ ରାଜି ହୋଇଛନ୍ତି ଧୋନୀ; ବିଶ୍ୱକପ୍‌ ଶେଷ ହେବା ପରେ…

ନୂଆଦିଲ୍ଲୀ,୯।୯: ଆଗାମୀ ଦିନରେ ହେବାକୁ ଥିବା ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଟିମ୍‌ର ଘୋଷଣା କରାଯାଇଛି। ଏଥିସହ ପୂର୍ବ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ବିଶ୍ୱକପ୍‌ରେ ଜଣେ ମେଣ୍ଟର୍‌ ଭାବେ ନିଯୁକ୍ତ କରାଯାଇଛି। ଧୋନୀଙ୍କ ମାର୍ଗଦର୍ଶକରେ ଭାରତୀୟ ଟିମ୍‌ ଭଲ ପ୍ରଦର୍ଶନ କରିବା ସହ ବିଶ୍ୱକପ୍‌ ଜିତିବ ବୋଲି ପ୍ରଶଂସକ ଆଶା ରଖିଛନ୍ତି।

ଗତ ବର୍ଷ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରିଥିଲେ ଧୋନୀ। ଭବିଷ୍ୟତରେ ସେ ଭାରତୀୟ ଦଳର କୋଚ୍‌ ଅଥବା ଅନ୍ୟ ଦାୟିତ୍ୱ ତୁଲାଇବେ ନାହିଁ ବୋଲି ସ୍ପଷ୍ଟ କରିଥିଲେ। ଏଭଳି ସ୍ଥିତିରେ କେଉଁ ସର୍ତ୍ତରେ ଧୋନୀ ବିଶ୍ୱକପ୍‌ରେ ମେଣ୍ଟର ଦାୟିତ୍ୱ ତୁଲାଇବେ ବୋଲି ରାଜି ହୋଇଛନ୍ତି ତାହା ଜଣାପଡ଼ିଛି।

ବିସିସିଆଇ ସଚିବ ଜୟ ଶାହା କହିଛନ୍ତି, ଧୋନୀ ଗୋଟିଏ ସର୍ତ୍ତରେ ଦାୟିତ୍ୱ ତୁଲାଇବାକୁ ରାଜି ହୋଇଛନ୍ତି। ତାଙ୍କ ସହ ଦୁବାଇରେ କଥା ହୋଇଥିଲି। ସେ କେବଳ ବିଶ୍ୱକପ୍‌ ଟି-୨୦ ପାଇଁ ମେଣ୍ଟର ହେବାପାଇଁ ସହମତି ଦେଇଥିଲେ। ଅନ୍ୟ ସଦସ୍ୟଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ଆମେ ମଧ୍ୟ ଏଥିରେ ସହମତି ପ୍ରକାଶ କରିଥିଲୁ। ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ଉପ ଅଧିନାୟକ ରୋହିତ ଶର୍ମା ମଧ୍ୟ ଏଥିନେଇ ହଁ ଭରିଥିବା ସେ କହିଛନ୍ତି।

କୋହଲି ଏଯାବତ ଆଇସିସି ଟୁର୍ନାମେଣ୍ଟରେ ଦଳକୁ ଗୋଟିଏ ବି ଟ୍ରଫି ଜିତାଇପାରିନାହାନ୍ତି। ହେଲେ ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ସଫଳ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ନେତୃତ୍ୱରେ ଦଳ ଭାରତ ଦୁଇଟି ବିଶ୍ୱକପ୍‌ ଟାଇଟଲ ଜିତିଛି। ଏଣୁ ରଣନୀତି ମାମଲାରେ ଧୋନୀ ଭାରତୀୟ ଦଳ ପାଇଁ ଭଲ ସାବ୍ୟସ୍ତ ହେବେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri