Posted inଖେଳ

କେବଳ ଏହି ସର୍ତ୍ତରେ ମେଣ୍ଟର ହେବାକୁ ରାଜି ହୋଇଛନ୍ତି ଧୋନୀ; ବିଶ୍ୱକପ୍‌ ଶେଷ ହେବା ପରେ…

ନୂଆଦିଲ୍ଲୀ,୯।୯: ଆଗାମୀ ଦିନରେ ହେବାକୁ ଥିବା ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଟିମ୍‌ର ଘୋଷଣା କରାଯାଇଛି। ଏଥିସହ ପୂର୍ବ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ବିଶ୍ୱକପ୍‌ରେ ଜଣେ ମେଣ୍ଟର୍‌ ଭାବେ ନିଯୁକ୍ତ କରାଯାଇଛି। ଧୋନୀଙ୍କ ମାର୍ଗଦର୍ଶକରେ ଭାରତୀୟ ଟିମ୍‌ ଭଲ ପ୍ରଦର୍ଶନ କରିବା ସହ ବିଶ୍ୱକପ୍‌ ଜିତିବ ବୋଲି ପ୍ରଶଂସକ ଆଶା ରଖିଛନ୍ତି।

ଗତ ବର୍ଷ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରିଥିଲେ ଧୋନୀ। ଭବିଷ୍ୟତରେ ସେ ଭାରତୀୟ ଦଳର କୋଚ୍‌ ଅଥବା ଅନ୍ୟ ଦାୟିତ୍ୱ ତୁଲାଇବେ ନାହିଁ ବୋଲି ସ୍ପଷ୍ଟ କରିଥିଲେ। ଏଭଳି ସ୍ଥିତିରେ କେଉଁ ସର୍ତ୍ତରେ ଧୋନୀ ବିଶ୍ୱକପ୍‌ରେ ମେଣ୍ଟର ଦାୟିତ୍ୱ ତୁଲାଇବେ ବୋଲି ରାଜି ହୋଇଛନ୍ତି ତାହା ଜଣାପଡ଼ିଛି।

ବିସିସିଆଇ ସଚିବ ଜୟ ଶାହା କହିଛନ୍ତି, ଧୋନୀ ଗୋଟିଏ ସର୍ତ୍ତରେ ଦାୟିତ୍ୱ ତୁଲାଇବାକୁ ରାଜି ହୋଇଛନ୍ତି। ତାଙ୍କ ସହ ଦୁବାଇରେ କଥା ହୋଇଥିଲି। ସେ କେବଳ ବିଶ୍ୱକପ୍‌ ଟି-୨୦ ପାଇଁ ମେଣ୍ଟର ହେବାପାଇଁ ସହମତି ଦେଇଥିଲେ। ଅନ୍ୟ ସଦସ୍ୟଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ଆମେ ମଧ୍ୟ ଏଥିରେ ସହମତି ପ୍ରକାଶ କରିଥିଲୁ। ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ଉପ ଅଧିନାୟକ ରୋହିତ ଶର୍ମା ମଧ୍ୟ ଏଥିନେଇ ହଁ ଭରିଥିବା ସେ କହିଛନ୍ତି।

କୋହଲି ଏଯାବତ ଆଇସିସି ଟୁର୍ନାମେଣ୍ଟରେ ଦଳକୁ ଗୋଟିଏ ବି ଟ୍ରଫି ଜିତାଇପାରିନାହାନ୍ତି। ହେଲେ ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ସଫଳ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ନେତୃତ୍ୱରେ ଦଳ ଭାରତ ଦୁଇଟି ବିଶ୍ୱକପ୍‌ ଟାଇଟଲ ଜିତିଛି। ଏଣୁ ରଣନୀତି ମାମଲାରେ ଧୋନୀ ଭାରତୀୟ ଦଳ ପାଇଁ ଭଲ ସାବ୍ୟସ୍ତ ହେବେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri