Posted inଖେଳ

ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ବିସ୍ଫୋରକ ଅର୍ଦ୍ଧଶତକ ହାସଲ କଲେ ସୌରଭ ଗାଙ୍ଗୁଲି

ଅହମ୍ମଦାବାଦ,୨୪।୧୨: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ଅର୍ଦ୍ଧଶତକ ହାସଲ କରିଥିବା ପ୍ରଥମ ଖେଳାଳି ହୋଇଛନ୍ତି। ସେ ବିସିସିଆଇ ସଚିବ ଜୟ ଶାହାଙ୍କ ଦଳ ବିପକ୍ଷରେ ଅର୍ଦ୍ଧଶତକ ହାସଲ କରିଛନ୍ତି। ଡିସେମ୍ବର ୨୪ରେ ଅହମ୍ମଦାବାଦର ମୋଟେରା ଷ୍ଟାଡିୟମରେ ବିସିସିଆଇ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହେବ ଏବଂ ଏହି ବୈଠକ ପୂର୍ବରୁ ବୋର୍ଡର ଚେୟାରମ୍ୟାନ ଗାଙ୍ଗୁଲି ଏବଂ ସଚିବ ଶାହାଙ୍କ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଶାହାଙ୍କ ଦଳ ଗାଙ୍ଗୁଲିଙ୍କ ଦଳକୁ ୨୮ ରନ୍‌ରେ ପରାସ୍ତ କରିଛି। ଗାଙ୍ଗୁଲି ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଳାଇ ୩୨ଟି ବଲରୁ ୫୩ ରନ୍‌ର ଇନିଂସ ଖେଳି ନଟ୍‌ଆଉଟ୍‌ ରହିତତ୍ଲେ। କେବଳ ଏତିକି ନୁହେଁ, ସେ ଚମତ୍କାର ବୋଲିଂ ମଧ୍ୟ କରିଥିଲେ। ୩ ଓଭରରେ ୨୬ ରନ ଦେଇ ଗୋଟିଏ ଉଇକେଟ ନେଇଥିଲେ। ବିସିସିଆଇ ସଚିବ ଜୟ ଶାହା ଗାଙ୍ଗୁଲିଙ୍କ ଶିକାର ହୋଇଥିଲେ। ଜୟ ଶାହା ତାଙ୍କ ଦଳ ପାଇଁ ମାତ୍ର ଦୁଇ ରନ ସ୍କୋର କରିବାରେ ସକ୍ଷମ ହୋଇଥିଲେ। ଅବସର ପରେ ମଧ୍ୟ ଗାଙ୍ଗୁଲି ଏକ ବଡ଼ ରେକର୍ଡ ସୃଷ୍ଟି କରିବାରେ ସଫଳ ହୋଇଥିଲେ। ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ସେ ଅର୍ଦ୍ଧଶତକ ହାସଲ କରିଥିଲେ। ଏହି ଷ୍ଟାଡିୟମ ୬୩ ଏକର ଜମି ଉପରେ ବ୍ୟାପିଛି ଏବଂ ଏହାର ପୁନଃନିର୍ମାଣ ପାଇଁ ପ୍ରାୟ ୭୫୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏହି ଷ୍ଟାଡିୟମ ମେଲବର୍ନ କ୍ରିକେଟ ଗ୍ରାଉଣ୍ଡ ଠାରୁ ବଡ। ଏଥିରେ ୧ ଲକ୍ଷ ୧୦ ହଜାର ଦର୍ଶକଙ୍କ ବସିବାର କ୍ଷମତା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri