Posted inଖେଳ

ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ବିସ୍ଫୋରକ ଅର୍ଦ୍ଧଶତକ ହାସଲ କଲେ ସୌରଭ ଗାଙ୍ଗୁଲି

ଅହମ୍ମଦାବାଦ,୨୪।୧୨: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ଅର୍ଦ୍ଧଶତକ ହାସଲ କରିଥିବା ପ୍ରଥମ ଖେଳାଳି ହୋଇଛନ୍ତି। ସେ ବିସିସିଆଇ ସଚିବ ଜୟ ଶାହାଙ୍କ ଦଳ ବିପକ୍ଷରେ ଅର୍ଦ୍ଧଶତକ ହାସଲ କରିଛନ୍ତି। ଡିସେମ୍ବର ୨୪ରେ ଅହମ୍ମଦାବାଦର ମୋଟେରା ଷ୍ଟାଡିୟମରେ ବିସିସିଆଇ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହେବ ଏବଂ ଏହି ବୈଠକ ପୂର୍ବରୁ ବୋର୍ଡର ଚେୟାରମ୍ୟାନ ଗାଙ୍ଗୁଲି ଏବଂ ସଚିବ ଶାହାଙ୍କ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଶାହାଙ୍କ ଦଳ ଗାଙ୍ଗୁଲିଙ୍କ ଦଳକୁ ୨୮ ରନ୍‌ରେ ପରାସ୍ତ କରିଛି। ଗାଙ୍ଗୁଲି ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଳାଇ ୩୨ଟି ବଲରୁ ୫୩ ରନ୍‌ର ଇନିଂସ ଖେଳି ନଟ୍‌ଆଉଟ୍‌ ରହିତତ୍ଲେ। କେବଳ ଏତିକି ନୁହେଁ, ସେ ଚମତ୍କାର ବୋଲିଂ ମଧ୍ୟ କରିଥିଲେ। ୩ ଓଭରରେ ୨୬ ରନ ଦେଇ ଗୋଟିଏ ଉଇକେଟ ନେଇଥିଲେ। ବିସିସିଆଇ ସଚିବ ଜୟ ଶାହା ଗାଙ୍ଗୁଲିଙ୍କ ଶିକାର ହୋଇଥିଲେ। ଜୟ ଶାହା ତାଙ୍କ ଦଳ ପାଇଁ ମାତ୍ର ଦୁଇ ରନ ସ୍କୋର କରିବାରେ ସକ୍ଷମ ହୋଇଥିଲେ। ଅବସର ପରେ ମଧ୍ୟ ଗାଙ୍ଗୁଲି ଏକ ବଡ଼ ରେକର୍ଡ ସୃଷ୍ଟି କରିବାରେ ସଫଳ ହୋଇଥିଲେ। ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ସେ ଅର୍ଦ୍ଧଶତକ ହାସଲ କରିଥିଲେ। ଏହି ଷ୍ଟାଡିୟମ ୬୩ ଏକର ଜମି ଉପରେ ବ୍ୟାପିଛି ଏବଂ ଏହାର ପୁନଃନିର୍ମାଣ ପାଇଁ ପ୍ରାୟ ୭୫୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏହି ଷ୍ଟାଡିୟମ ମେଲବର୍ନ କ୍ରିକେଟ ଗ୍ରାଉଣ୍ଡ ଠାରୁ ବଡ। ଏଥିରେ ୧ ଲକ୍ଷ ୧୦ ହଜାର ଦର୍ଶକଙ୍କ ବସିବାର କ୍ଷମତା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?