Posted inଜାତୀୟ

ରେଲଓ୍ବେ ବୋର୍ଡର ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ଜୟା ବର୍ମା ସିହ୍ନା

ନୂଆଦିଲ୍ଲୀ,୨ା୯(ପି.ଆଇ.ବି.): ଭାରତୀୟ ରେଲଓ୍ବେ ଟ୍ରାଫିକ୍‌ ସେବା (ଆଇଆର୍‌ଟିଏସ୍‌) ବରିଷ୍ଠ ଅଫିସର ଜୟା ବର୍ମା ସିହ୍ନା ଶୁକ୍ରବାର ରେଳଭବନରେ ରେଲଓ୍ବେ ବୋର୍ଡ (ରେଳ ମନ୍ତ୍ରଣାଳୟ)ର ନୂଆ ଅଧ୍ୟକ୍ଷ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପ୍ରଥମ ମହିଳା ଭାବେ ଭାରତୀୟ ରେଲଓ୍ବେର ଏହି ଶୀର୍ଷ ପଦରେ ନିଯୁକ୍ତି ପାଇଛନ୍ତି। ଏଥିପାଇଁ କେନ୍ଦ୍ର କ୍ୟାବିନେଟ୍‌ ଗୁରୁବାର ସ୍ବୀକୃତି ଦେଇଥିଲା। ୧୯୮୮ରେ ସେ ଆଇଆର୍‌ଟିଏସ୍‌ରେ ଯୋଗଦେଇଥିଲେ। ଭାରତୀୟ ରେଳରେ ନିଜର ୩୫ ବର୍ଷରୁ ଊର୍ଦ୍ଧ୍ୱ ସମୟ କ୍ୟାରିୟରରେ ସେ ରେଲଓ୍ବେ ବୋର୍ଡର ସଦସ୍ୟ (ସଞ୍ଚାଳନ ଏବଂ ବ୍ୟବସାୟ ବିକାଶ), ଅତିରିକ୍ତ ସଦସ୍ୟ, ଟ୍ରାଫିକ ପରିବହନ ପରି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରିଛନ୍ତି। ସେ ପ୍ରଥମ ମହିଳା ଭାବେ ଦକ୍ଷିଣ ପୂର୍ବ ରେଳପଥର ପ୍ରଧାନ ମୁଖ୍ୟ ପରିଚାଳନା ପ୍ରବନ୍ଧକ ଭାବେ ମଧ୍ୟ ନିଯୁକ୍ତି ପାଇଥିଲେ। ସେ ବାଂଲାଦେଶର ଢାକାରେ ଭାରତୀୟ ହାଇକମିଶନରେ ରେଳ ପରାମର୍ଶଦାତା ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ତାଙ୍କର ଏହି କାର୍ଯ୍ୟକାଳ ସମୟରେ କୋଲକାତାରୁ ଢାକା ପର୍ଯ୍ୟନ୍ତ ମୈତ୍ରୀ ଏକ୍ସପ୍ରେସ୍‌ ଉଦ୍‌ଘାଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri