୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ ନେଇ ପରିବାର ଲୋକେ ପୋଲିସ ନିକଟରେ ଅଭିଯୋଗ କରି ସୁଫଳ ନ ପାଇବାରୁ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ବିଶେଷ କରି ଦଲାଲମାନେ ଜିଲାର ସିନାପାଲି ଓ ବୋଡେନ ବ୍ଲକର ଉପାନ୍ତ ଗଁା ଲୋକଙ୍କୁ ଟାର୍ଗେଟ କରୁଛନ୍ତି। କୌଣସି ବ୍ୟକ୍ତି ଗୁରୁତର ରୋଗରେ ପୀଡିତ ନ ଥିଲେ ମଧ୍ୟ ସେମାନେ ଆୟୁଷ୍ମାନ କାର୍ଡରେ ଟଙ୍କା ଲୁଟିବା ପାଇଁ ସେମାନଙ୍କୁ ଭଲ ଚିକିତ୍ସା ହେବ କହି ସାଙ୍ଗରେ ନେଇ ଛତିଶଗଡର ବିଭିନ୍ନ ଘରୋଇ ହସ୍ପିଟାଲରେ ଭର୍ତ୍ତି କରୁଛନ୍ତି। ପରେ ଆୟୁଷ୍ମାନ କାର୍ଡ ଟଙ୍କା ସରିଲେ ସେମାନଙ୍କୁ ଘରକୁ ପଠାଇ ଦେଉଛନ୍ତି।
ସୂଚନା ଅନୁଯାୟୀ, ଗତ ଜୁଲାଇ ୧୭ରେ ବୋଡେନ ବ୍ଲକର ଜଣେ ଦଲାଲ ନାଗପଡା ଗଁାର ୧୦ ଜଣ ଲୋକଙ୍କୁ ଦୁର୍ଗସ୍ଥିତ ଏସ୍‌ଆର୍‌ ହସ୍ପିଟାଲକୁ ନେଇ ଯାଇଥିଲେ। ସେଠାରେ ଚିକିସତ୍ିତ ହୋଇ ୯ ଜଣ ଘରକୁ ଫେରି ଆସିଥିବା ବେଳେ ଜୟଲାଲ ତାଣ୍ଡି (୩୮) ନାମକ ଯୁବକ ୧୮ ଦିନ ହେଲା ଘରକୁ ଫେରିନାହାନ୍ତି। ପରିବାର ଲୋକେ ଦଲାଲଙ୍କୁ ପଚାରିଲେ ଜୟଲାଲଙ୍କ ପାଇଲ୍ସ ଅପରେଶନ ହୋଇଛି। ଭଲ ହୋଇଗଲେ ଘରକୁ ଫେରିଆସିବ ବୋଲି କହୁଥିବା ପରିବାର ସୂତ୍ରରୁ ପ୍ରକାଶ। ହେଲେ ଦୀର୍ଘଦିନ ହେଲା ନ ଫେରିବାରୁ ସେମାନେ ସନ୍ଦେହ କରି ବୋଡେନ ଥାନାରେ ଲିଖିତ ଏତଲା ଦେଇଥିଲେ। ୭ ଦିନ ପରେ ପୋଲିସ କେବଳ ମାମଲା ରୁଜୁ କରି କାମ ସାରିଦେଇଛି। ପରେ ପରିବାର ଲୋକେ ନୂଆପଡା ଆରକ୍ଷୀ ଅଧୀକ୍ଷକଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜୟଲାଲଙ୍କୁ ସୁରକ୍ଷିତ ଘରକୁ ଫେରାଇ ଆଣିବା ସହ ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସେମାନେ ଦାବି କରିଛନ୍ତି। ତୁରନ୍ତ ପଦକ୍ଷେପ ନିଆ ନ ଗଲେ ଜିଲାପାଳଙ୍କ ଅଫିସ ଆଗରେ ଧାରଣା ଦେବାକୁ ଚେତାବନୀ ଦେଇଛନ୍ତି। ଏ ସଂକ୍ରାନ୍ତରେ ଜିଲା ଆରକ୍ଷୀ ଅଧୀକ୍ଷକ ଅମ୍ରିତପାଲ ସିଂଙ୍କୁ ପଚାରିବାରୁ ଏ ନେଇ ଅବଗତ ଅଛୁ। ଘଟଣାର ପର୍ଦ୍ଦାଫାଶ କରିବା ପାଇଁ ସବୁ ଦିଗରୁ ତଦନ୍ତ ଚାଳିଛି ା ବହୁତ ଶୀଘ୍ର ଦଲାଲ ଧରାପଡିବେ ବୋଲି କହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍‌ଏଚ୍‌ଏଆଇ

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍‌ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍‌ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି।…

ଇସ୍ରୋର ଆଉ ଏକ ବଡ଼ ସଫଳତା, ଲଞ୍ଚ ହେଲା EOS-05 ସାଟେଲାଇଟ୍

ନୂଆଦିଲ୍ଲୀ,୪ା୯: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ଅନ୍ତରୀକ୍ଷ କ୍ଷେତ୍ରରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରର…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି,…

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…

ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ…

ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ

ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ…

ମିଳୁନି ମୌଳିକ ସୁବିଧା, ଚଟାଣରେ ବସି ପଢ଼ୁଛନ୍ତି ପିଲା: ୪୬ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ

ଗଞ୍ଜାମ, ୪ା୯ (ଅନାଥ ତରାଇ):ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ପ୍ରବେଶ ପଥ ନିକଟରେ ଥିବା ପୁଇଁତୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ଧରି ଭିତ୍ତିଭୂମି ଅଭାବ…

ଇରାନ୍‌କୁ ଆର୍ଥିକ ଫାଇଦା ପହଞ୍ଚାଇଲେ ପରିଣାମ ଭୋଗିବ: ଆମେରିକା

ୱାଶିଂଟନ୍‌,୪।୯ (ପି.ଟି.): କିର୍‌ଗିଜସ୍ଥାନର ବିଶ୍‌କେକ୍‌ଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇରାନ୍‌ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ୍‌ଙ୍କ…

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri