୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ ନେଇ ପରିବାର ଲୋକେ ପୋଲିସ ନିକଟରେ ଅଭିଯୋଗ କରି ସୁଫଳ ନ ପାଇବାରୁ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ବିଶେଷ କରି ଦଲାଲମାନେ ଜିଲାର ସିନାପାଲି ଓ ବୋଡେନ ବ୍ଲକର ଉପାନ୍ତ ଗଁା ଲୋକଙ୍କୁ ଟାର୍ଗେଟ କରୁଛନ୍ତି। କୌଣସି ବ୍ୟକ୍ତି ଗୁରୁତର ରୋଗରେ ପୀଡିତ ନ ଥିଲେ ମଧ୍ୟ ସେମାନେ ଆୟୁଷ୍ମାନ କାର୍ଡରେ ଟଙ୍କା ଲୁଟିବା ପାଇଁ ସେମାନଙ୍କୁ ଭଲ ଚିକିତ୍ସା ହେବ କହି ସାଙ୍ଗରେ ନେଇ ଛତିଶଗଡର ବିଭିନ୍ନ ଘରୋଇ ହସ୍ପିଟାଲରେ ଭର୍ତ୍ତି କରୁଛନ୍ତି। ପରେ ଆୟୁଷ୍ମାନ କାର୍ଡ ଟଙ୍କା ସରିଲେ ସେମାନଙ୍କୁ ଘରକୁ ପଠାଇ ଦେଉଛନ୍ତି।
ସୂଚନା ଅନୁଯାୟୀ, ଗତ ଜୁଲାଇ ୧୭ରେ ବୋଡେନ ବ୍ଲକର ଜଣେ ଦଲାଲ ନାଗପଡା ଗଁାର ୧୦ ଜଣ ଲୋକଙ୍କୁ ଦୁର୍ଗସ୍ଥିତ ଏସ୍‌ଆର୍‌ ହସ୍ପିଟାଲକୁ ନେଇ ଯାଇଥିଲେ। ସେଠାରେ ଚିକିସତ୍ିତ ହୋଇ ୯ ଜଣ ଘରକୁ ଫେରି ଆସିଥିବା ବେଳେ ଜୟଲାଲ ତାଣ୍ଡି (୩୮) ନାମକ ଯୁବକ ୧୮ ଦିନ ହେଲା ଘରକୁ ଫେରିନାହାନ୍ତି। ପରିବାର ଲୋକେ ଦଲାଲଙ୍କୁ ପଚାରିଲେ ଜୟଲାଲଙ୍କ ପାଇଲ୍ସ ଅପରେଶନ ହୋଇଛି। ଭଲ ହୋଇଗଲେ ଘରକୁ ଫେରିଆସିବ ବୋଲି କହୁଥିବା ପରିବାର ସୂତ୍ରରୁ ପ୍ରକାଶ। ହେଲେ ଦୀର୍ଘଦିନ ହେଲା ନ ଫେରିବାରୁ ସେମାନେ ସନ୍ଦେହ କରି ବୋଡେନ ଥାନାରେ ଲିଖିତ ଏତଲା ଦେଇଥିଲେ। ୭ ଦିନ ପରେ ପୋଲିସ କେବଳ ମାମଲା ରୁଜୁ କରି କାମ ସାରିଦେଇଛି। ପରେ ପରିବାର ଲୋକେ ନୂଆପଡା ଆରକ୍ଷୀ ଅଧୀକ୍ଷକଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜୟଲାଲଙ୍କୁ ସୁରକ୍ଷିତ ଘରକୁ ଫେରାଇ ଆଣିବା ସହ ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସେମାନେ ଦାବି କରିଛନ୍ତି। ତୁରନ୍ତ ପଦକ୍ଷେପ ନିଆ ନ ଗଲେ ଜିଲାପାଳଙ୍କ ଅଫିସ ଆଗରେ ଧାରଣା ଦେବାକୁ ଚେତାବନୀ ଦେଇଛନ୍ତି। ଏ ସଂକ୍ରାନ୍ତରେ ଜିଲା ଆରକ୍ଷୀ ଅଧୀକ୍ଷକ ଅମ୍ରିତପାଲ ସିଂଙ୍କୁ ପଚାରିବାରୁ ଏ ନେଇ ଅବଗତ ଅଛୁ। ଘଟଣାର ପର୍ଦ୍ଦାଫାଶ କରିବା ପାଇଁ ସବୁ ଦିଗରୁ ତଦନ୍ତ ଚାଳିଛି ା ବହୁତ ଶୀଘ୍ର ଦଲାଲ ଧରାପଡିବେ ବୋଲି କହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?