ସ୍ବତନ୍ତ୍ର ଏଡିଜେ କୋର୍ଟରେ ହାଜର ହେଲେ ଜୟନାରାୟଣ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଭୁବନେଶ୍ବର ସ୍ବତନ୍ତ୍ର ଏଡିଜେ କୋର୍ଟରେ ଶୁକ୍ରବାର ହଜାର ହୋଇଛନ୍ତି। ଜୟନାରାୟଣଙ୍କ ସହ ଆଉ ୧୨ ଜଣ ମଧ୍ୟ ହାଜର ହୋଇଥିବା ଜଣାପଡ଼ିଛି । ବିଜେପୁର ଦିଲେଶ୍ବର ସାହୁ ହତ୍ୟା ମାମଲାରେ ଜୟନାରାୟଣଙ୍କ ସହ ୧୨ଜଣ ସମ୍ପୃକ୍ତ ଥିବା ନେଇ ଅଭିଯୋଗ ହୋଇଥିଲା। ଜେଏମ୍‌ଏଫ୍‌ସି ସୋହେଲା କୋର୍ଟରୁ ମାମଲାଟି ସତ୍ୱନ୍ତ୍ର କୋର୍ଟକୁ ସ୍ଥାନାନ୍ତରିତ ହୋଇଥିବାରୁ ଭାଜପା ନେତା ଜୟନାରାୟଣ ମିଶ୍ର ଏବଂ ଅନ୍ୟ ୧୨ ଜଣ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସ୍ବତନ୍ତ୍ର ଏଡିଜେ କୋର୍ଟରେ ହଜାର ହୋଇ ଜାମିନ ପାଇଛନ୍ତି ।
ପୂର୍ବରୁ ଜେଏମ୍‌ଏଫ୍‌ସି ସୋହେଲା କୋର୍ଟରୁ ମଧ୍ୟ ସେ ଜାମିନ ପାଇସାରିଛନ୍ତି । ତଳ କୋର୍ଟଙ୍କ ଯାହା ସର୍ତ୍ତ ରହିଥିଲା ସେହି ସର୍ତ୍ତ ସତନ୍ତ୍ର କୋର୍ଟ କାୟମ ରଖିଛନ୍ତି । ଗତ ୨୨ ଫେବୃୟାରୀ ୨୦୧୮ରେ ବିଜେପୁରରେ ଏହି ହତ୍ୟାକାଣ୍ଡ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri