ମାନସିକ ଭାରସାମ୍ୟ ହରାଇଛନ୍ତି ଜୟନାରାୟଣ: ବିଜେଡି

ଭୁବନେଶ୍ବର,୧୦ା୨(ବ୍ୟୁରୋ): ନବ ଦାସଙ୍କ ହତ୍ୟାକାଣ୍ଡ ଭଳି ସ୍ପର୍ଶକତାର ଘଟଣାରେ ବାରମ୍ବାର ଅରୁଚିକର ମନ୍ତବ୍ୟ ଦେଉଥିବା ବରିଷ୍ଠ ଭାଜପା ନେତା ଜୟନାରାୟଣ ମିଶ୍ର ମାନସିକ ଭାରସାମ୍ୟ ହରାଇଛନ୍ତି। ତେଣୁ ତୁରନ୍ତ ତାଙ୍କର ମାନସିକ ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ବିଜେଡି ପକ୍ଷରୁ ଭାଜପା ନେତୃବୃନ୍ଦଙ୍କୁ ପରାମର୍ଶ ଦିଆଯାଇଛି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଜେଡି ମୁଖପାତ୍ର ଗୌତମବୁଦ୍ଧ ଦାସ କହିଛନ୍ତି, ସ୍ବର୍ଗତ ନବ ଦାସଙ୍କ ଦ୍ୱାଦଶାହ ଶ୍ରଦ୍ଧାଞ୍ଜଳି ସଭା ଝାରସୁଗୁଡ଼ାଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ଯୋଗଦେଇ ଦିବଂଗତ ନେତାଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଓଡ଼ିଶା ସଂସ୍କୃତି ଓ ପରମ୍ପରା ଅନୁସାରେ ଏଭଳି ସମୟରେ ଜଣେ ମୃତବ୍ୟକ୍ତିଙ୍କ ଭଲ କାମକୁ ମନେପକାଇ ତାଙ୍କ ଗୁଣାବଳୀର ସ୍ମରଣ କରାଯାଏ। ମାତ୍ର ଗତ କିଛିଦିନ ହେଲା ମାନସିକ ଭାରସାମ୍ୟ ହରାଇଥିବା ଭାଜପା ନେତା ଜୟନାରାୟଣ ମିଶ୍ର ନବ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାକୁ ନେଇ ଅରୁଚିକର ମନ୍ତବ୍ୟ ଦେଇଛନ୍ତି। ଦଳମତ ନିର୍ବିଶେଷରେ ତାଙ୍କ ମନ୍ତବ୍ୟକୁ ସମସ୍ତେ ନିନ୍ଦା କରୁଛନ୍ତି। ମାନସିକ ଭାରସାମ୍ୟ ହରାଇଥିବା ଭାଜପାର ଏହି ନେତାଙ୍କ ଆଚରଣ ଓ ଉଚ୍ଚାରଣ ଏଭଳି ହେବା ସ୍ବାଭାବିକ। ତାଙ୍କ ଭଳି ଅଭ୍ୟାସଗତ ଅପରାଧୀଙ୍କଠାରୁ ଅଧିକ କିଛି ଆଶା ନ କରାଯାଇପାରେ। ତେଣୁ ଭାଜପା ଶୀର୍ଷନେତାଙ୍କୁ ଅନୁରୋଧ ଓଡ଼ିଆ ସଂସ୍କୃତି ଓ ପରମ୍ପରାକୁ ଭୁଲି ଜଣେ ମୃତବ୍ୟକ୍ତିଙ୍କ ଦ୍ୱାଦଶାହରେ ଏଭଳି ଅରୁଚିକର ମନ୍ତବ୍ୟ ଦେଉଥିବା ନେତାଙ୍କ ମାନସିକ ସ୍ବାସ୍ଥ୍ୟ ପରୀକ୍ଷା କରାନ୍ତୁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଉଦ୍ଦେଶ୍ୟରେ ଏକ ଜନ ସମାବେଶ ଝାରସୁଗୁଡ଼ାସ୍ଥିତ ସରବାହାଲ ହାଇସ୍କୁଲ ପଡ଼ିଆରେ ଆୟୋଜନ କରାଯାଇଥିଲା। ଏଥିରେ ବହୁ ସଂଖ୍ୟାରେ ନେତା ଓ କର୍ମୀ ଏକତ୍ରିତ ହୋଇଥିଲେ। ରାଜ୍ୟର ପ୍ରାୟ ସମସ୍ତ ଆଗଧାଡ଼ିର ନେତା ସେଠାରେ ଏକାଠିହେବା ସାଙ୍ଗକୁ ମୁଖ୍ୟମନ୍ତ୍ରୀ ମଧ୍ୟ ସେଠାକୁ ଯାଇଥିଲେ। ହେଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଏହା ଶ୍ରଦ୍ଧାଞ୍ଜଳି ସଭା ନାଁରେ ରାଜନୀତି ହେଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ଫାଟ: ପ୍ରଦୀପ-ରମେଶ ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଝରିଗାଁ,୧।୫(ସଦାଶିବ ପ୍ରହରାଜ/କିଶୋର ଚନ୍ଦ୍ର ମଣ୍ଡଳ):ନିର୍ବାଚନ ଯେତିକି ପାଖେଇ ଆସୁଛି, ଝରିଗାଁ ନିର୍ବାଚନମଣ୍ଡଳୀରେ ବିଜେଡି ଟେନ୍‌ସନ ସେତିକି ବଢ଼ିବାରେ ଲାଗିଛି। ବିଜେଡିରେ ଫାଟ ଥିବା ଅଭିଯୋଗ ହେଉଛି।...

ବିଶ୍ୱର ୧୦ ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩

ଭୁବନେଶ୍ୱର, ୧ା୫ (ଅସମାପିକା ସାହୁ):ପ୍ରବଳ ଖରାରେ ଜଳୁଛି ସାରା ଓଡ଼ିଶା। ଘରୁ ବାହାରିଲେ ତାତି ସହିତ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତ ୧୬ଦିନ...

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ...

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri